କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ

The Sakala Picture
Published On

କଟକ: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି । ଚାନ୍ଦବାଲି ଥାନାରେ ମାନସ ସ୍ବାଇଁଙ୍କ ନିଖୋଜ ନେଇ ଫେବ୍ରୁଆରି ୧୪ ରେ ହୋଇଥିଲା ଅଭିଯୋଗ । କ୍ୟାମେରାମାନ ମାନସ ସ୍ୱାଇଁ ହତ୍ୟା ଘଟଣାକୁ ବିତିଲାଣି ଏକ ମାସରୁ ଅଧିକ ଦିନ । ଦିନ ଗଡ଼଼ିବା ସହ କ୍ୟାମେରାମ୍ୟାନ୍‍ ମାନସ ସ୍ୱାଇଁ ହତ୍ୟା ଘଟଣା ରହସ୍ୟମୟ ହେବାକୁ ଲାଗିଛି। ପ୍ରତିଦିନ […]

କଟକ: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି । ଚାନ୍ଦବାଲି ଥାନାରେ ମାନସ ସ୍ବାଇଁଙ୍କ ନିଖୋଜ ନେଇ ଫେବ୍ରୁଆରି ୧୪ ରେ ହୋଇଥିଲା ଅଭିଯୋଗ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

କ୍ୟାମେରାମାନ ମାନସ ସ୍ୱାଇଁ ହତ୍ୟା ଘଟଣାକୁ ବିତିଲାଣି ଏକ ମାସରୁ ଅଧିକ ଦିନ । ଦିନ ଗଡ଼଼ିବା ସହ କ୍ୟାମେରାମ୍ୟାନ୍‍ ମାନସ ସ୍ୱାଇଁ ହତ୍ୟା ଘଟଣା ରହସ୍ୟମୟ ହେବାକୁ ଲାଗିଛି। ପ୍ରତିଦିନ ଏହି କାହାଣୀରେ ଜଣଙ୍କ ପରେ ଜଣଙ୍କ ନାମ ଯୋଡ଼ି ହୋଇ ଯାଉଛି। ଏବେ ଯାଏଁ ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ଘଟଣା ପରେ ଶର୍ମିଷ୍ଠା ରାଜଧାନୀ ଛାଡ଼ି ଅନ୍ୟତ୍ର ଚାଲି ଯାଇଥିବାରୁ ତାଙ୍କୁ ଗିରଫ ପାଇଁ ୩ଟି ଟିମ୍‍ ଗଠନ କରାଯାଇଛି। ଦୁଇଟି ଟିମ୍‍ ରାଜଧାନୀ ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢଉ କରୁଥିବା ବେଳେ ଅନ୍ୟ ଏକ ଟିମ୍‍ ରାଜ୍ୟ ବାହାରେ ଚଢଉ କରୁଛନ୍ତି। ଖୁବ୍‍ ଶୀଘ୍ର ତାଙ୍କୁ ଗିରଫ କରାଯିବ ବୋଲି ଚାନ୍ଦବାଲି ପୁଲିସ କହିଛି। ହେଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଧରିବାରେ ବିଫଳ ହୋଇଛି ପୋଲିସ। ଏବେ ଶର୍ମିଷ୍ଠା ରାଉତ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । ହେଲେ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ହାଇକୋର୍ଟ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର