ଭୁବନେଶ୍ବରରେ ପ୍ରତିଷ୍ଠା ହେବ ବାଗଚୀ-ଶ୍ରୀ ଶଙ୍କର କର୍କଟ ହସ୍ପିଟାଲ, ବାଗଚୀ ଦମ୍ପତ୍ତି ଦେବେ ୨ଶହ ୧୦ କୋଟି ଟଙ୍କାର ଅନୁଦାନ

ଭୁବନେଶ୍ବର: ଭୁବନେଶ୍ୱରରେ ପ୍ରତିଷ୍ଠା ହେବାକୁ ଯାଉଛି କ୍ୟାନସର ହସ୍ପିଟାଲ। ଏହି କ୍ୟାନସର ହସ୍ପିଟାଲ ପ୍ରସ୍ତାବକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି କ୍ଯାବିନେଟ୍ ବୈଠକରେ ୯ ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ମୁଖ୍ଯମନ୍ତ୍ରୀ। ବାଗଚୀ-ଶ୍ରୀ ଶଙ୍କର କର୍କଟ ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମଂଜୁରୀ ମିଳିଛି। ଏଥିପାଇଁ ସୁବ୍ରତ ବାଗଚୀ ଓ ସସ୍ମିତା ବାଗଚୀ ୨ଶହ ୧୦ […]

ଭୁବନେଶ୍ବର: ଭୁବନେଶ୍ୱରରେ ପ୍ରତିଷ୍ଠା ହେବାକୁ ଯାଉଛି କ୍ୟାନସର ହସ୍ପିଟାଲ। ଏହି କ୍ୟାନସର ହସ୍ପିଟାଲ ପ୍ରସ୍ତାବକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି କ୍ଯାବିନେଟ୍ ବୈଠକରେ ୯ ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ମୁଖ୍ଯମନ୍ତ୍ରୀ। ବାଗଚୀ-ଶ୍ରୀ ଶଙ୍କର କର୍କଟ ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମଂଜୁରୀ ମିଳିଛି। ଏଥିପାଇଁ ସୁବ୍ରତ ବାଗଚୀ ଓ ସସ୍ମିତା ବାଗଚୀ ୨ଶହ ୧୦ କୋଟି ଟଙ୍କା ଅନୁାଦନ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।। କ୍ୟାନସର ହସ୍ପିଟାଲ ପାଇଁ ୨୦ ଏକର ଜମି ପ୍ରଦାନ କରିବେ ସରକାର।

୨୦୨୪ ସୁଦ୍ଧା ୨୫୦ ଶଯ୍ୟା ବିଶିଷ୍ଟ କର୍କଟରୋଗ ଚିକିତ୍ସାଳୟ ଆରମ୍ଭ ହେବ। ପରେ ଶଯ୍ୟା ସଂଖ୍ୟା ୫ଶହକୁ ବୃଦ୍ଧି କରାଯିବ ।

ସେହିପରି ଭୁବନେଶ୍ୱରରେ କରୁଣାଶ୍ରାୟ ପାଲିଏଟିଭ କେୟାର ସେଂଟର ପ୍ରତିଷ୍ଠା ପ୍ରସ୍ତାବକୁ ମଧ୍ୟ ମଂଜୁରୀ ମିଳିଛି । ଏଥିପାଇଁ ୧୩୦ କୋଟି ଟଙ୍କା ଦେବେ ସୁବ୍ରତ ବାଗଚୀ ଏବଂ ପତ୍ନୀ ସୁସ୍ମିତା ବାଗଚୀ ।

About The Author: The Sakala