ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର; ୪ ମୃତ, ଜଣେ ଗୁରୁତର

The Sakala Picture
Published On

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ସରାଗୁଡା ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ଗଛରେ ପିଟିହେବାରୁ ଘଟଣାସ୍ଥଳରେ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ଜଣଙ୍କର ଚିକିତ୍ସାଧିନ ଅବସ୍ଥାରେ ମେଡିକାଲରେ ମୃତ୍ୟୁ ହୋଇଛି । ଜଣେ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି । ମୃତକ ୩ ଜଣ ହେଲେ ନବରଙ୍ଗପୁର ସହର ସ୍ଥିତ ଗାଦୁଆଗୁଡ଼ା […]

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ସରାଗୁଡା ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ଗଛରେ ପିଟିହେବାରୁ ଘଟଣାସ୍ଥଳରେ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ଜଣଙ୍କର ଚିକିତ୍ସାଧିନ ଅବସ୍ଥାରେ ମେଡିକାଲରେ ମୃତ୍ୟୁ ହୋଇଛି । ଜଣେ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି । ମୃତକ ୩ ଜଣ ହେଲେ ନବରଙ୍ଗପୁର ସହର ସ୍ଥିତ ଗାଦୁଆଗୁଡ଼ା ସାହିର ଏମ୍‌ଡି ସଦାମ, ରବିନ ହିଆଲ ଓ ସବନ ହିଆଲ୍ ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ବିଳମ୍ବିତ ରାତିରେ ଉମରକୋଟରୁ ନବରଙ୍ଗପୁର ଆସିବା ସମୟରେ ସରାଗୁଡ଼ା ନିକଟ ବୁଲାଣିରେ କୁହୁଡ଼ି ଯୋଗୁଁ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଡାବୁଗାଁ ପୋଲିସ ପହଞ୍ଚି ମୃତଦେହ ଜବତ ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

03 Dec 2022 By The Sakala

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର; ୪ ମୃତ, ଜଣେ ଗୁରୁତର

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ସରାଗୁଡା ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ଗଛରେ ପିଟିହେବାରୁ ଘଟଣାସ୍ଥଳରେ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ଜଣଙ୍କର ଚିକିତ୍ସାଧିନ ଅବସ୍ଥାରେ ମେଡିକାଲରେ ମୃତ୍ୟୁ ହୋଇଛି । ଜଣେ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି । ମୃତକ ୩ ଜଣ ହେଲେ ନବରଙ୍ଗପୁର ସହର ସ୍ଥିତ ଗାଦୁଆଗୁଡ଼ା ସାହିର ଏମ୍‌ଡି ସଦାମ, ରବିନ ହିଆଲ ଓ ସବନ ହିଆଲ୍ ।

ବିଳମ୍ବିତ ରାତିରେ ଉମରକୋଟରୁ ନବରଙ୍ଗପୁର ଆସିବା ସମୟରେ ସରାଗୁଡ଼ା ନିକଟ ବୁଲାଣିରେ କୁହୁଡ଼ି ଯୋଗୁଁ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଡାବୁଗାଁ ପୋଲିସ ପହଞ୍ଚି ମୃତଦେହ ଜବତ ତଦନ୍ତ ଆରମ୍ଭ କରିଛି ।

https://www.thesakala.in/latest-odisha-news/car-hits-in-a-roadside-tree-in-nabarangpur-4-died-one-injured/article-17030
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର