କାଲିଠାରୁ CBSE ଦଶମ, ଦ୍ବାଦଶ ପରୀକ୍ଷା; ସକାଳ ୧୦ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦ୍ଦେଶ

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ ପରୀକ୍ଷା । ୧୦ଟା ୩୦ରୁ ଆରମ୍ଭ ହେବ ପରୀକ୍ଷା । ତେଣୁ ସକାଳ ୧୦ କିମ୍ବା ତା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ ରହିଛି । ଦୂରତା କିମ୍ବା ଅନ୍ୟ ପ୍ରତିକୂଳ ସ୍ଥିତିକୁ ଦେଖି ଘରୁ ଆଗୁଆ ବାହାରିବାକୁ ପରାମର୍ଶ ଦିଆଯାଇଛି । 

ଆହୁରି ପଢ଼ନ୍ତୁ: ଗାଜିଆବାଦ୍ ତିନି ଭଉଣୀଙ୍କ ଆତ୍ମହତ୍ୟା ମାମଲା: ମୋବାଇଲରୁ ଖୋଲିଲା ‘କୋରିଆନ୍ ଗେମ୍’ର ରହସ୍ୟ, ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ର ନ ପହଁଚିଲେ, ଆଉ ପରୀକ୍ଷା କେନ୍ଦ୍ର ଗେଟ୍ ଖୋଲିବ ନାହିଁ । ତେଣୁ ପରୀକ୍ଷା ଦେବାରୁ ବଞ୍ଚିତ ହୋଇ ପାରନ୍ତି ଛାତ୍ରଛାତ୍ରୀ । ପାଣିପାଗ, ଟ୍ରାଫିକ ଭିଡ଼ ସମେତ ଜାତୀୟ ଓ ଅନ୍ତର୍ଜାତୀୟ ସମିଟକୁ ଦୃଷ୍ଟିରେ ରଖି ନିର୍ଦ୍ଧାରିତ ସମୟର ଢେର ପୂର୍ବରୁ ଘରୁ ବାହାରିବାକୁ ସ୍କୁଲ ଅଧ୍ୟକ୍ଷମାନଙ୍କୁ ମାର୍ଗଦର୍ଶିକା ଜାରି କରିଛି CBSE । ଏ ନେଇ ସ୍କୁଲ ପକ୍ଷରୁ ଅଭିଭାବକମାନଙ୍କୁ ଅବଗତ କରାଯିବ ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୨୩ଟି ନୂଆ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ: ଗଞ୍ଜାମରେ ପ୍ରତିଷ୍ଠା ହେବ ୩୦୦ କୋଟିର ଡ୍ରୋନ୍ ନିର୍ମାଣ କାରଖାନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp