କେନ୍ଦ୍ର ବିଜେପି ଜାଣିଛି ଓଡ଼ିଶା ବିଜେପି ଶୋଚନୀୟ ପରାଜୟ ଆଡ଼କୁ ଯାଉଛି: ବିଜେଡି

The Sakala Picture
Published On

ଭୁବନେଶ୍ବର: ଓଡିଶା ବିଜେପି ସଭାପତି ଚାଷୀଙ୍କ ବିଷୟରେ କିଛି ବକ୍ତବ୍ୟ ରଖିଛନ୍ତି। ଏହା ତାଙ୍କ କୁମ୍ଭୀର କାନ୍ଦଣାକୁ ଦର୍ଶାଉଛି। ୨୦୧୭ ମାର୍ଚ୍ଚରେ ଓଡିଶା ବିଧାନସଭାରେ ସର୍ବସମ୍ମତିକ୍ରମେ ଧାନ ଏମଏସପି ୨୯୩୦ଟଙ୍କା ବୃଦ୍ଧି କରିବାକୁ ପାରିତ କରାଯାଇଥିଲା। ମନମୋହନ ସାମଲ ବୋଧେ ଭୁଲି ଯାଇଛନ୍ତି ଯେ, ବିଜେପି ବି ସମର୍ଥନ କରିଥିଲେ । ୭ ବର୍ଷ ମଧ୍ୟରେ ଏହି ପ୍ରସଙ୍ଗ ଉଠାଇ ନାହାନ୍ତି ମନମୋହନ। ନିର୍ବାଚନ ଆସିଛି, ନିଦ ଭାଙ୍ଗିଛି, ଚାଷୀଙ୍କୁ ବିଭ୍ରାନ୍ତ କରିବାକୁ ଆସିଛନ୍ତି । କାହିଁକି […]

ଭୁବନେଶ୍ବର: ଓଡିଶା ବିଜେପି ସଭାପତି ଚାଷୀଙ୍କ ବିଷୟରେ କିଛି ବକ୍ତବ୍ୟ ରଖିଛନ୍ତି। ଏହା ତାଙ୍କ କୁମ୍ଭୀର କାନ୍ଦଣାକୁ ଦର୍ଶାଉଛି। ୨୦୧୭ ମାର୍ଚ୍ଚରେ ଓଡିଶା ବିଧାନସଭାରେ ସର୍ବସମ୍ମତିକ୍ରମେ ଧାନ ଏମଏସପି ୨୯୩୦ଟଙ୍କା ବୃଦ୍ଧି କରିବାକୁ ପାରିତ କରାଯାଇଥିଲା। ମନମୋହନ ସାମଲ ବୋଧେ ଭୁଲି ଯାଇଛନ୍ତି ଯେ, ବିଜେପି ବି ସମର୍ଥନ କରିଥିଲେ । ୭ ବର୍ଷ ମଧ୍ୟରେ ଏହି ପ୍ରସଙ୍ଗ ଉଠାଇ ନାହାନ୍ତି ମନମୋହନ। ନିର୍ବାଚନ ଆସିଛି, ନିଦ ଭାଙ୍ଗିଛି, ଚାଷୀଙ୍କୁ ବିଭ୍ରାନ୍ତ କରିବାକୁ ଆସିଛନ୍ତି । କାହିଁକି ସାତ ବର୍ଷ ହେବ ଧାନ ୨୯୩୦ ହେଲାନି ? କାହିଁକି ବିଜେପି ବିଧାୟକ ପାଟି ଫିଟାଇଲେ ନାହିଁ ? ନୀରବ ଦ୍ରଷ୍ଟା ସାଜିଲେ। ତାଙ୍କ ବକ୍ତବ୍ୟ ଖୋକଲା । ନିଜ ଦଳ ବିଧାୟକଙ୍କ ଅକର୍ମତାକୁ ଦର୍ଶାଇଲେ ମନମୋହନ। ଚାଷୀଙ୍କୁ ନିର୍ବାଚନ ମୋହରା ନ କରନ୍ତୁ। ନବୀନ ପଟ୍ଟନାୟକ ଚାଷୀଙ୍କ ବିକାଶ ସହ ମେରୁଦଣ୍ତ ସୁଧାରିଛନ୍ତି। ଏହା ବିଜେପିର ଦୋମୁହାଁ ନୀତି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଅମିତ ଶାହଙ୍କ ୧୬ ସିଟ୍ ଜିତିବା ନେଇ ନେଇ ବିଜେଡିର ପ୍ରତିକ୍ରିୟା। କେନ୍ଦ୍ର ବିଜେପି ଜାଣିଛି ଓଡିଶା ବିଜେପି ଶୋଚନୀୟ ପରାଜୟ ଆଡ଼କୁ ଯାଉଛି । ୩୦ ଜିଲ୍ଲା ପରିଷଦ ବିଜେପି ହାରିଥିଲା । ବିଜେପିକୁ ୨୦୨୨ ପଂଚାୟତ ଓ ପୌର ନିର୍ବାଚନରେ ୯୦% ବିଜୟ ବିଜେଡି ଜିତିଛି । ବାରମ୍ବାର ହାରି ହତାଶ ହୋଇଥିବା ବିଜେପି କର୍ମୀଙ୍କୁ ଏପରି ବକ୍ତବ୍ୟ ଦିଆଯାଉଛି । ୨୦୨୪ ନିର୍ବାଚନରେ ବିଜେଡି୧୭ ଲୋକସଭା ଓ ୨୦୧୯ ତୁଳନାରେ ଅଧିକ ବିଧାୟକ ଜିତିବେ। ୩/୪ଗ୍ଧଷ ବିଧାୟକ ପ୍ରାର୍ଥୀ ଜିତିକି ଆସିବେ. ଜୁନ ୪ରେ ଏହା ମନେ ପକାଇ ଦିଆଯିବ ବୋଲି କହିଛନ୍ତି ସସ୍ମିତ ପାତ୍ର।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

02 May 2024 By The Sakala

କେନ୍ଦ୍ର ବିଜେପି ଜାଣିଛି ଓଡ଼ିଶା ବିଜେପି ଶୋଚନୀୟ ପରାଜୟ ଆଡ଼କୁ ଯାଉଛି: ବିଜେଡି

ଭୁବନେଶ୍ବର: ଓଡିଶା ବିଜେପି ସଭାପତି ଚାଷୀଙ୍କ ବିଷୟରେ କିଛି ବକ୍ତବ୍ୟ ରଖିଛନ୍ତି। ଏହା ତାଙ୍କ କୁମ୍ଭୀର କାନ୍ଦଣାକୁ ଦର୍ଶାଉଛି। ୨୦୧୭ ମାର୍ଚ୍ଚରେ ଓଡିଶା ବିଧାନସଭାରେ ସର୍ବସମ୍ମତିକ୍ରମେ ଧାନ ଏମଏସପି ୨୯୩୦ଟଙ୍କା ବୃଦ୍ଧି କରିବାକୁ ପାରିତ କରାଯାଇଥିଲା। ମନମୋହନ ସାମଲ ବୋଧେ ଭୁଲି ଯାଇଛନ୍ତି ଯେ, ବିଜେପି ବି ସମର୍ଥନ କରିଥିଲେ । ୭ ବର୍ଷ ମଧ୍ୟରେ ଏହି ପ୍ରସଙ୍ଗ ଉଠାଇ ନାହାନ୍ତି ମନମୋହନ। ନିର୍ବାଚନ ଆସିଛି, ନିଦ ଭାଙ୍ଗିଛି, ଚାଷୀଙ୍କୁ ବିଭ୍ରାନ୍ତ କରିବାକୁ ଆସିଛନ୍ତି । କାହିଁକି ସାତ ବର୍ଷ ହେବ ଧାନ ୨୯୩୦ ହେଲାନି ? କାହିଁକି ବିଜେପି ବିଧାୟକ ପାଟି ଫିଟାଇଲେ ନାହିଁ ? ନୀରବ ଦ୍ରଷ୍ଟା ସାଜିଲେ। ତାଙ୍କ ବକ୍ତବ୍ୟ ଖୋକଲା । ନିଜ ଦଳ ବିଧାୟକଙ୍କ ଅକର୍ମତାକୁ ଦର୍ଶାଇଲେ ମନମୋହନ। ଚାଷୀଙ୍କୁ ନିର୍ବାଚନ ମୋହରା ନ କରନ୍ତୁ। ନବୀନ ପଟ୍ଟନାୟକ ଚାଷୀଙ୍କ ବିକାଶ ସହ ମେରୁଦଣ୍ତ ସୁଧାରିଛନ୍ତି। ଏହା ବିଜେପିର ଦୋମୁହାଁ ନୀତି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର।

ଅମିତ ଶାହଙ୍କ ୧୬ ସିଟ୍ ଜିତିବା ନେଇ ନେଇ ବିଜେଡିର ପ୍ରତିକ୍ରିୟା। କେନ୍ଦ୍ର ବିଜେପି ଜାଣିଛି ଓଡିଶା ବିଜେପି ଶୋଚନୀୟ ପରାଜୟ ଆଡ଼କୁ ଯାଉଛି । ୩୦ ଜିଲ୍ଲା ପରିଷଦ ବିଜେପି ହାରିଥିଲା । ବିଜେପିକୁ ୨୦୨୨ ପଂଚାୟତ ଓ ପୌର ନିର୍ବାଚନରେ ୯୦% ବିଜୟ ବିଜେଡି ଜିତିଛି । ବାରମ୍ବାର ହାରି ହତାଶ ହୋଇଥିବା ବିଜେପି କର୍ମୀଙ୍କୁ ଏପରି ବକ୍ତବ୍ୟ ଦିଆଯାଉଛି । ୨୦୨୪ ନିର୍ବାଚନରେ ବିଜେଡି୧୭ ଲୋକସଭା ଓ ୨୦୧୯ ତୁଳନାରେ ଅଧିକ ବିଧାୟକ ଜିତିବେ। ୩/୪ଗ୍ଧଷ ବିଧାୟକ ପ୍ରାର୍ଥୀ ଜିତିକି ଆସିବେ. ଜୁନ ୪ରେ ଏହା ମନେ ପକାଇ ଦିଆଯିବ ବୋଲି କହିଛନ୍ତି ସସ୍ମିତ ପାତ୍ର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର