ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ

Madhusudan Das Picture
Published On

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଚାଲିଛି ରେଡ୍। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ବିଭାଗ । ଭୁବନେଶ୍ବର, କଟକ ଓ ଢେଙ୍କାନାଳରେ ଚଢ଼ାଉ ଚାଲିଛି । ବରମୁଣ୍ଡା ହାଉସିଙ୍ଗ କଲୋନୀରେ ଥିବା ତିନି ମହଲା ଘର, ବଡ଼ଚଣା ଥାନା କୋଲା ସିଂହରେ ଥିବା ପୈତୃକ ଘରେ ଚାଲିଛି ଚଢ଼ାଉ । ସେହିପରି ଢେଙ୍କାନାଳ ଜୁବୁଲି ଟାଉନ୍ ରେ ଥିବ ସମ୍ପର୍କୀୟଙ୍କ ଘର ଓ ଭୁବନେଶ୍ୱର ଅଫିସ, ଢେଙ୍କାନାଳ ଭାପୁରରେ ଥିବା ଦୁଇ ମହଲା କୋଠା, ଫାର୍ମ ହାଉସ, କଟକ ନୟାବଜାରରେ ଥିବା ସମ୍ପର୍କୀୟଙ୍କ ଘରେ ବି ଚାଲିଛି ଚଢ଼ାଉ । 

ଆହୁରି ପଢ଼ନ୍ତୁ: ANM ଜୀବନ୍ତଦଗ୍ଧ ଘଟଣା: ସ୍ତ୍ରୀକୁ ପିଟିପିଟି ହତ୍ୟା ପରେ ନିଆଁରେ ପୋଡିଥିଲା, ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀର ହେଲା ମୃତ୍ୟୁ

ଏହି ଚଢାଉରେ ଜଣେ ଅତିରିକ୍ତ ଏସପି, ୧୧ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ ସଂପୂର୍ଣ୍ଣ ଆକଳନ କରାଯାଇନାହିଁ ।

ଆହୁରି ପଢ଼ନ୍ତୁ: ବିଜୁ ବାବୁଙ୍କୁ ଅପମାନର ନିନ୍ଦା ପ୍ରସ୍ତାବ ଉପରେ ଆଲୋଚନା ଚାହୁନାହାନ୍ତି ସରକାର: ବିଜେଡି

08 Apr 2026 By Madhusudan Das

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଚାଲିଛି ରେଡ୍। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ବିଭାଗ । ଭୁବନେଶ୍ବର, କଟକ ଓ ଢେଙ୍କାନାଳରେ ଚଢ଼ାଉ ଚାଲିଛି । ବରମୁଣ୍ଡା ହାଉସିଙ୍ଗ କଲୋନୀରେ ଥିବା ତିନି ମହଲା ଘର, ବଡ଼ଚଣା ଥାନା କୋଲା ସିଂହରେ ଥିବା ପୈତୃକ ଘରେ ଚାଲିଛି ଚଢ଼ାଉ । ସେହିପରି ଢେଙ୍କାନାଳ ଜୁବୁଲି ଟାଉନ୍ ରେ ଥିବ ସମ୍ପର୍କୀୟଙ୍କ ଘର ଓ ଭୁବନେଶ୍ୱର ଅଫିସ, ଢେଙ୍କାନାଳ ଭାପୁରରେ ଥିବା ଦୁଇ ମହଲା କୋଠା, ଫାର୍ମ ହାଉସ, କଟକ ନୟାବଜାରରେ ଥିବା ସମ୍ପର୍କୀୟଙ୍କ ଘରେ ବି ଚାଲିଛି ଚଢ଼ାଉ । 

ଏହି ଚଢାଉରେ ଜଣେ ଅତିରିକ୍ତ ଏସପି, ୧୧ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ ସଂପୂର୍ଣ୍ଣ ଆକଳନ କରାଯାଇନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର