ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଚାଲିଛି ରେଡ୍। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ବିଭାଗ । ଭୁବନେଶ୍ବର, କଟକ ଓ ଢେଙ୍କାନାଳରେ ଚଢ଼ାଉ ଚାଲିଛି । ବରମୁଣ୍ଡା ହାଉସିଙ୍ଗ କଲୋନୀରେ ଥିବା ତିନି ମହଲା ଘର, ବଡ଼ଚଣା ଥାନା କୋଲା ସିଂହରେ ଥିବା ପୈତୃକ ଘରେ ଚାଲିଛି ଚଢ଼ାଉ । ସେହିପରି ଢେଙ୍କାନାଳ ଜୁବୁଲି ଟାଉନ୍ ରେ ଥିବ ସମ୍ପର୍କୀୟଙ୍କ ଘର ଓ ଭୁବନେଶ୍ୱର ଅଫିସ, ଢେଙ୍କାନାଳ ଭାପୁରରେ ଥିବା ଦୁଇ ମହଲା କୋଠା, ଫାର୍ମ ହାଉସ, କଟକ ନୟାବଜାରରେ ଥିବା ସମ୍ପର୍କୀୟଙ୍କ ଘରେ ବି ଚାଲିଛି ଚଢ଼ାଉ ।
ଏହି ଚଢାଉରେ ଜଣେ ଅତିରିକ୍ତ ଏସପି, ୧୧ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ ସଂପୂର୍ଣ୍ଣ ଆକଳନ କରାଯାଇନାହିଁ ।