ଆଜି ଦଶମୀରେ ସମ୍ପନ୍ନ ହେବ ଚକା ବିଜେ ନୀତି, ରାଜବୈଦ୍ୟଙ୍କ ଘରୁ ବିଜେ ହେବ ଦଶମୂଳ ମହୌଷଧୀ

The Sakala Picture
Published On

ପୁରୀ: ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ବାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର । ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଓଷ ଲାଗି ନୀତି ଚାଲିଥିବାବେଳେ ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଶ୍ରୀବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଶ୍ରୀମନ୍ଦିରକୁ ବିଜେ କରିବାର ପରମ୍ପରା ରହିଛି । ଶ୍ରୀବୈଦ୍ୟଙ୍କ ଦ୍ବାରା ଏହି ଔଷଧ ପ୍ରସ୍ତୁତି କରାଯାଇଥାଏ । ବିଭିନ୍ନ ପ୍ରକାର ଆୟୁର୍ବେଦ ଚେରମୂଳିରେ ଏହି ଦିବ୍ୟ […]

ପୁରୀ: ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ବାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର । ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଓଷ ଲାଗି ନୀତି ଚାଲିଥିବାବେଳେ ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଶ୍ରୀବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଶ୍ରୀମନ୍ଦିରକୁ ବିଜେ କରିବାର ପରମ୍ପରା ରହିଛି । ଶ୍ରୀବୈଦ୍ୟଙ୍କ ଦ୍ବାରା ଏହି ଔଷଧ ପ୍ରସ୍ତୁତି କରାଯାଇଥାଏ । ବିଭିନ୍ନ ପ୍ରକାର ଆୟୁର୍ବେଦ ଚେରମୂଳିରେ ଏହି ଦିବ୍ୟ ଔଷଧ ପ୍ରସ୍ତୁତ କରାଯାଇଥାଏ ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଏହାପରେ ଏକାଦଶୀରେ ଦଶମୂଳ ମୋଦକ, ଖଡି ପ୍ରସାଦ ବିଜେ, ଦ୍ବାଦଶୀରେ ରାଜପ୍ରସାଦ ବିଜେ, ଖଳିଲାଗି ଓ ଘଣା ଲାଗି ନୀତି ସମ୍ପନ୍ନ ହେବ । ପରେ ମହାପ୍ରଭୁ ସୁସ୍ଥ ହୋଇ ନବଯୌବନ ବେଶରେ ଦର୍ଶନ ଦେଇ ରଥାରୂଢ଼ ହେବେ । ଗୁପ୍ତସେବା ସମୟରେ ମହାପ୍ରଭୁଙ୍କୁ ଅନ୍ନଭୋଗ ବଦଳରେ ଲାଗି ହେଉଛି ଚକଟା ଓ ପଣା ଭୋଗ । କ୍ଷୀର, ଛେନା, ସର, ଖୁଆରେ ବିଭିନ୍ନ ଫଳମୂଳ ମିଶାଇ ଚକଟା ଭୋଗ ପ୍ରସ୍ତୁତ ହେଉଛି । ପ୍ରସାଦକୁ ଦଇତାପତି ସେବାୟତ ସେବନ କରିବା ପରେ ବଳକା ଚକଟାରେ ସର୍ବସାଧାରଣଙ୍କ ପାଇଁ ପ୍ରସ୍ତୁତ ହେଉଛି ଅଣସର ପଣା ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର