ମହାକାଳପଡ଼ା BDO ଓ IICଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଲୋୟର ପିଏମଜିରେ ଆମରଣ ଅନଶନରେ ବସିଲେ ଚାମେଲୀ ଓଝା

Madhusudan Das Picture
Published On

ଭୁବନେଶ୍ୱର: ଆମରଣ ଅନଶନରେ ବସିଲେ ତିଖିରୀ ସରପଞ୍ଚ ଚାମେଲୀ ଓଝା । ମହାକାଳପଡ଼ା BDO ଓ IICଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିରେ ଆମରଣ ଅନଶନରେ ବସିଛନ୍ତି ଚାମେଲୀ ଓଝା । ତାଙ୍କ ପ୍ରତି ହୋଇଥିବା ଅନ୍ୟାୟ ଓ ଅତ୍ୟାଚାରର ବିଚାର ଦାବି କରି ଅନଶନ ଆରମ୍ଭ କରିଛନ୍ତି ଚାମେଲୀ । ମହାକାଳପଡ଼ା ବିଡିଓ ରବି ନାରାୟଣ ଆଚାର୍ଯ୍ୟଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ମହାକାଳପଡ଼ା ଆଇଆଇସି ମାନସ ମଲ୍ଲିକଙ୍କ ବିରୋଧରେ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ସହ ନ୍ୟାୟ ପ୍ରଦାନ କରିବାକୁ ଦାବି କରିଛନ୍ତି । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆମରଣ ଅନଶନ ଜାରି ରହିବ ବୋଲି କହିଛନ୍ତି ଚାମେଲି ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ସୂଚନାଯୋଗ୍ୟ, ଚାମେଲି ଓଝା ସରପଞ୍ଚ ଉନ୍ନୟନ କାର୍ଯ୍ୟ ବିଷୟରେ ବିଡିଓଙ୍କ ସହିତ ଆଲୋଚନା କରିବାକୁ ଆସିଥିବାବେଳେ ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟରେ କିଛି ଲୋକ ଚାମେଲିଙ୍କ ମୋବାଇଲ ଛଡ଼ାଇବା ସହିତ ଗାଳିଗୁଲଜ କରିଥିଲେ  । ବିଡିଓ ଅଫିସ୍‌ରେ ତାଙ୍କ ଉପରେ  ଆକ୍ରମଣ ହୋଇଥିବା ମଧ୍ୟ ସେ ଅଭିଯୋଗ କରିଥିଲେ । 

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର