ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନାର ସମ୍ଭାବନା ରହିଛି। । ଉପକୂଳ ଓ ମୟୂରଭଞ୍ଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ବର୍ଷା ହେବା ନେଇ ଆଶଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସେହିପରି, ୧୫ ତାରିଖ ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମାଠାରୁ ରାଜ୍ୟର ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।