ରାଜ୍ୟରେ କାଳବୈଶାଖୀ ସମ୍ଭାବନା : ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସ୍ଆର୍ସିଙ୍କ ନିର୍ଦ୍ଦେଶ, ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ
ଭୁବନେଶ୍ବର : ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୯ ତାରଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। […]
ଭୁବନେଶ୍ବର : ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୯ ତାରଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆଉ ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲଫ୍ କମିଶନର(ଏସ୍ଆର୍ସି)।
Satellite image reveals Thunderstorm with lightening continuing over some parts of #Nawarangpur, #Nuapada, #Kalahandi, #Baragarh, #Sundaragarh, #Mayurbhanj and #Boudh pic.twitter.com/y9CscPkNJ1
ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ— Meteorological Centre, Bhubaneswar (@mcbbsr) April 8, 2022
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି କି ଆଜିଠୁ ଆସନ୍ତାକାଲି ୯ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ବାକି ଜିଲ୍ଲାର ପାଗ ସାଧାରଣତଃ ଶୁଖିଲା ରହିବ। ଘଡ଼ଘଡ଼ି ଓ ବଜ୍ରପାତ ନେଇ କୋରାପୁଟ୍, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।୭ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।
#Warning for Day-1 & Day-3
Day-2, Day-4 & Day-5 : Nil pic.twitter.com/R28tqWOYW5— Meteorological Centre, Bhubaneswar (@mcbbsr) April 8, 2022
ଅନ୍ୟ ପକ୍ଷରେ ୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସାଢ଼େ ୮ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ଓ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେହିପରି ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି।
— Meteorological Centre, Bhubaneswar (@mcbbsr) April 8, 2022
ସେପଟେ ଓଡ଼ିଶାରେ ଆସନ୍ତା ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୪-୫ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରି ସେଲସିୟସ ପର୍ୟ୍ୟନ୍ତ ଅଧିକା ରହିପାରେ। ଗତକାଲି ରାଜ୍ୟର ସର୍ବାଧିକ ତାପମାତ୍ରା ୪୧.୫ ଡିଗ୍ରି ସେଲସିୟସ ବଲାଙ୍ଗୀର ଠାରେ ରେକର୍ଡ କରାଯାଇଥିଲା ବେଳେ ଏବଂ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରି ସେଲସିୟସ ଛତ୍ରପୁରରେ ରେକର୍ଡ କରା ଯାଇଥିଲା।