ଲଘୁଚାପ ପ୍ରଭାବରେ ମେଘୁଆ ପାଗ, ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପାସଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଲାଗି ରହିଛି। ଆକାଶ ମେଘାଚ୍ଛନ୍ନ ହେତୁ ତାପମାତ୍ରା ମଧ୍ୟ ତଳ ମୁହାଁ ହୋଇଛି। ଯଦିଓ ଏହି ଲଘୁଚାପର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ; ମାତ୍ର ଏହାଦ୍ୱାରା ରାଜ୍ୟରେ ତାତିରୁ ଆଶ୍ୱସ୍ତି ମିଳିଛି। ଅନ୍ୟପଟେ ଲଘୁଚାପ ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁର ପ୍ରବାହ ବୃଦ୍ଧି ସମ୍ଭାବନା ଥିବାରୁ ରାଜ୍ୟରେ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି […]

ଭୁବନେଶ୍ୱର: ବଙ୍ଗୋପାସଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଲାଗି ରହିଛି। ଆକାଶ ମେଘାଚ୍ଛନ୍ନ ହେତୁ ତାପମାତ୍ରା ମଧ୍ୟ ତଳ ମୁହାଁ ହୋଇଛି। ଯଦିଓ ଏହି ଲଘୁଚାପର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ; ମାତ୍ର ଏହାଦ୍ୱାରା ରାଜ୍ୟରେ ତାତିରୁ ଆଶ୍ୱସ୍ତି ମିଳିଛି।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ଅନ୍ୟପଟେ ଲଘୁଚାପ ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁର ପ୍ରବାହ ବୃଦ୍ଧି ସମ୍ଭାବନା ଥିବାରୁ ରାଜ୍ୟରେ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଅନୁଭୂତ ହେବାର ଆଶଙ୍କା ରହିଛି। ଗୁରୁବାର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୨୫ ଜିଲ୍ଲାରେ ଏହି ସ୍ଥିତି ସୃଷ୍ଟି ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେଥିରୁ ୧୯ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଏବଂ ରାୟଗଡ଼ା ଜିଲ୍ଲାରେ ୩୦ ରୁ ୪୦ କିମି ବେଗରେ ପବନ ସହ ବିଜୁଳି, ଘଡ଼ଘଡି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର