କୋଭିଡ୍ କଟକଣାରେ ଶ୍ରୀମନ୍ଦିର ବାହାରେ ହେବ ଚନ୍ଦନଯାତ୍ରା

The Sakala Picture
Published On

ପୁରୀ: ଚଳିତବର୍ଷ କୋଭିଡ୍ କଟକଣା ଭିତରେ ଶ୍ରୀମନ୍ଦିର ବାହାରେ ହେବ ଚନ୍ଦନଯାତ୍ରା । ସର୍ବନିମ୍ନ ଲୋକଙ୍କୁ ନେଇ ଚନ୍ଦନଯାତ୍ରା ଅନୁଷ୍ଠିତ ହେବ । ଏ ନେଇ ଆସନ୍ତା ୧୧ ତାରିଖରେ ବସିବ ଛତିଶା ନିଯୋଗ ବୈଠକ । ଏହା ପୂର୍ବରୁ ଜିଲ୍ଲାପାଳ ବୈଠକ କରି ଚନ୍ଦନଯାତ୍ରାରେ ସାମିଲ ହେବାକୁ ଥିବା ସର୍ବନିମ୍ନ ଲୋକଙ୍କ ତାଲିକା ପ୍ରସ୍ତୁତ ହେବ । ଗତବର୍ଷ କରୋନା ମହାମାରୀ କାରଣରୁ ବାହାର ଚନ୍ଦନଯାତ୍ରା ଶ୍ରୀମନ୍ଦିର ଭିତରେ ଅନୁଷ୍ଠିତ ହୋଇଥିଲା । ଶ୍ରୀମନ୍ଦିର ମୁଖ୍ୟ […]

ପୁରୀ: ଚଳିତବର୍ଷ କୋଭିଡ୍ କଟକଣା ଭିତରେ ଶ୍ରୀମନ୍ଦିର ବାହାରେ ହେବ ଚନ୍ଦନଯାତ୍ରା । ସର୍ବନିମ୍ନ ଲୋକଙ୍କୁ ନେଇ ଚନ୍ଦନଯାତ୍ରା ଅନୁଷ୍ଠିତ ହେବ । ଏ ନେଇ ଆସନ୍ତା ୧୧ ତାରିଖରେ ବସିବ ଛତିଶା ନିଯୋଗ ବୈଠକ । ଏହା ପୂର୍ବରୁ ଜିଲ୍ଲାପାଳ ବୈଠକ କରି ଚନ୍ଦନଯାତ୍ରାରେ ସାମିଲ ହେବାକୁ ଥିବା ସର୍ବନିମ୍ନ ଲୋକଙ୍କ ତାଲିକା ପ୍ରସ୍ତୁତ ହେବ । ଗତବର୍ଷ କରୋନା ମହାମାରୀ କାରଣରୁ ବାହାର ଚନ୍ଦନଯାତ୍ରା ଶ୍ରୀମନ୍ଦିର ଭିତରେ ଅନୁଷ୍ଠିତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର; ବୈତରଣୀରେ ବନ୍ୟା ଆଶଙ୍କା, ବିପଦ ସଂକେତ ଉପରେ ଜଳକା

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଭର୍ଚୁଆଲ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ସେବାୟତଙ୍କ ଟିକାକରଣ ପାଇଁ ଘରକୁ ଘର ବୁଲି ସର୍ଭେ କରାଯିବ । ଆବଶ୍ୟକ ପଡ଼ିଲେ ଆଉ ଏକ ଟିକାକରଣ କେନ୍ଦ୍ର ଖୋଲାଯିବ । କୋଭିଡ୍ ପରିଚାଳନା ନେଇ ଗଠିତ ୭ ଜଣିଆ ଟିମ୍ ଓ ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇଛି ।

ଆହୁରି ପଢ଼ନ୍ତୁ: ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି ବେଦାନ୍ତ ଆଲୁମିନିୟମ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର