ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ସାଂସଦ ମାନସ ମଙ୍ଗରାଜ

ଭୁବନେଶ୍ବର : ଆଜି ସକାଳେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଛି। ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ପୁରୀକୁ ଫଟୋ ଖବର ସଂଗ୍ରହ ପାଇଁ ଯାଉଥିବା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କର ସଡକ ଦୁର୍ଘଟଣାରେ ପରଲୋକ ହୋଇଛି। ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟିଥିଲା। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଡାକ୍ତର ତାଙ୍କୁ ମତ୍ୟୁ ଘୋଷଣା […]

ଭୁବନେଶ୍ବର : ଆଜି ସକାଳେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଛି। ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ପୁରୀକୁ ଫଟୋ ଖବର ସଂଗ୍ରହ ପାଇଁ ଯାଉଥିବା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କର ସଡକ ଦୁର୍ଘଟଣାରେ ପରଲୋକ ହୋଇଛି। ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟିଥିଲା। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଡାକ୍ତର ତାଙ୍କୁ ମତ୍ୟୁ ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା। ଜଣାଶୁଣା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡାଙ୍କ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଶୋକ ଦୁର୍ଘଟଣାରେ ପ୍ରାଣ ହରାଇବା ଜାଣି ସେ ଦୁଃଖିତ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।


ସେହିପରି ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡାଙ୍କ ଅକାଳ ବିୟୋଗରେ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଗଭୀର ଶୋକପ୍ରକାଶ କରିଛନ୍ତି। ଟ୍ବିଟ କରି ଶ୍ରୀଯୁକ୍ତ ମଙ୍ଗରାଜ ‘ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଖବର ପାଇ ମୁଁ ଅତ୍ୟନ୍ତ ମର୍ମାହତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।’


ସୂଚନାଯୋଗ୍ୟ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡା ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ । ଆଜି ସେ ପୁରୀ ଯାଉଥିଲେ ଘୋଷଯାତ୍ରା ଅବସରରେ ଫଟୋ ଉଠାଇବା ପାଇଁ। ଭୋର ପ୍ରାୟ ୫ଟା ବେଳେ ସେ ବାଇକ୍ ଯୋଗେ ପୁରୀ ଅଭିମୁଖେ ଯାଉଥିବା ବେଳେ ସାତଶଙ୍ଖ ନିକଟରେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ଗୁରୁତର ଅବସ୍ଥାରେ ଅଶୋକ ପଣ୍ଡାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

About The Author: The Sakala