ସୋର ବସ ଦୁର୍ଘଟଣା ପାଇଁ ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର : ଆଜି ଅପରାହ୍ନରେ ବାଲେଶ୍ବରର ସୋର ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ […]

ଭୁବନେଶ୍ୱର : ଆଜି ଅପରାହ୍ନରେ ବାଲେଶ୍ବରର ସୋର ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଗଣେଷ ମୂର୍ତ୍ତି ବିସର୍ଜନ ବେଳେ ପୋଖରୀରେ ବୁଡି ନବନ ଶ୍ରେଣୀ ଛାତ୍ର ମୃତ


ସୂଚନାଯୋଗ୍ୟ ଯେ ‘ଶାନ୍ତିଲତା’ ନାମକୁ ବସ୍‌ଟି ମୟୂରଭଞ୍ଜ ଜିଲ୍ଲା ମାଣତ୍ରୀରୁ ଭୂବନେଶ୍ବର ଯାଉଥିଲା।ମାଣିତ୍ରୀ ଠାରୁ ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ବସ୍‌ଟି ଭୁବନେଶ୍ବର ଅଭିମୁଖେ ବାହାରିଥିଲା। ଏହପାରେ ବାଟରେ  ବାଲେଶ୍ବର ଜିଲ୍ଲାର ସୋର ନିକଟସ୍ଥ ବିଦୁ ଛକରେ ଆଜି ଅପରାହ୍ନ ପ୍ରାୟ ୧ ଟାରେ କୋଇଲା ବୋଝେଇ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେଇଥିଲା।  ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ୧ ବର୍ଷର ଶିଶୁ ଓ ଜଣେ ମହିଳାଙ୍କ ସମେତ ମୋଟ୍‌ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ସୋର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରମାନଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଗୁରୁତରମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇପାରେ ବୋଲି ବି ସୂଚନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର