ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ବିଷ୍ଣୁ ସେଠୀଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ଭଦ୍ରକ ଜିଲ୍ଲା ଧାମନଗରର ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ଆଜି ସକାଳୁ ପରଲୋକ ହୋଇଛି। ମାତ୍ର ୬୧ ବର୍ଷ ବୟରେ ଆଖି ବୁଜିଛନ୍ତି ଏହି ଟାଣୁଆ ନେତା। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ବିଷ୍ଣୁ ସେଠୀଙ୍କ ନିଧନ ଖବର ମିଳିବା ପରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମୃତ୍ୟୁକୁ ନେଇ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତି କରିଛନ୍ତି । ରାଜ୍ୟପାଳ […]

ଭୁବନେଶ୍ବର : ଭଦ୍ରକ ଜିଲ୍ଲା ଧାମନଗରର ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ଆଜି ସକାଳୁ ପରଲୋକ ହୋଇଛି। ମାତ୍ର ୬୧ ବର୍ଷ ବୟରେ ଆଖି ବୁଜିଛନ୍ତି ଏହି ଟାଣୁଆ ନେତା। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ବିଷ୍ଣୁ ସେଠୀଙ୍କ ନିଧନ ଖବର ମିଳିବା ପରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମୃତ୍ୟୁକୁ ନେଇ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତି କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୋକ ବ୍ୟକ୍ତ କରିଛନ୍ତି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ଟ୍ୱିଟ କରି ଲେଖିଛନ୍ତି ‘ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ । ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦାନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମାନ କରୁଛି ।’

ଅନ୍ୟପଟେ ରାଜ୍ୟ ବିରୋଧି ଦଳ ଉପ ନେତା ତଥା ଧାମନଗରର ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।  ଶୋକ ବାର୍ତ୍ତାରେ ବାଚସ୍ପତି ଶ୍ରୀ ଆରୁଖ କହିଛନ୍ତି ଯେ ଜଣେ ସ୍ପଷ୍ଟ ବାଦୀ ତଥା ଲୋକପ୍ରିୟ ରାଜ ନେତା ଭାବେ ଦଳ ମତ ନିର୍ବିଶେଷରେ ସମସ୍ତଙ୍କର ସେ ପ୍ରିୟଭାଜନ ଥିଲେ । ତାଙ୍କ ବିୟୋଗରେ ଓଡିଶା ରାଜନୈତିକ କ୍ଷେତ୍ରରେ ଅପୂରଣୀୟ କ୍ଷତି ଘଟିଛି ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରି ସ୍ଵର୍ଗତ ଅମର ଆତ୍ମାର ସଦ୍ ଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।

ସେହିପରି ପୂର୍ବତନ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଶୋକ ବ୍ୟକ୍ତ କରି କହିଛନ୍ତି ଧାମନଗରର  ବିଧାୟକ ତଥା ବିରୋଧୀ ଦଳର ଉପନେତା ଶ୍ରୀଯୁକ୍ତ ବିଷ୍ଣୁ ସେଠୀଙ୍କ ବିୟୋଗ ଖବର ପାଇ ମୁଁ ଦୁଃଖିତ। ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଲୋକପ୍ରିୟ ରାଜନେତା ସହିତ ସେ ଜଣେ ଲେଖକ ଓ ସାହିତ୍ୟିକ ଭାବେ ମଧ୍ୟ ବେଶ୍‌ ପରିଚିତ ଥିଲେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସେହିପରି ବିଜେଡି ସାଂସଦ ମାନସ ମଙ୍ଗରାଜ ମଧ୍ୟ ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କ ପରଲୋକରେ ଶୋକ ବ୍ୟକ୍ତ କରିବା ସହ ତାଙ୍କ ଅମର ଆତ୍ମାର ସଦ୍ ଗତି କାମନା କରିଛନ୍ତି। ଶ୍ରୀଯୁକ୍ତ ମଙ୍ଗରାଜ ଟ୍ବିଟ କରି ଲେଖିଛନ୍ତି ବରିଷ୍ଠ ନେତା ତଥା ଧାମନଗର ବିଧାୟକ ଶ୍ରୀ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ଗଭୀର ଦୁଃଖ ପ୍ରକାଶ କରୁଛି। ବିଧାନସଭା ତଥା ରାଜ୍ୟ ପାଇଁ ଏହା ଏକ ବଡ କ୍ଷତି, ରାଜ୍ୟ ଜଣେ ଲେଖକ, କବି ଏବଂ ସାମାଜିକ କର୍ମୀଙ୍କୁ ହରାଇଲା ।ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

19 Sep 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର