ବଲାଙ୍ଗୀରର ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ବଲାଙ୍ଗୀର: ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅର୍ଥ ଅଭାବରୁ ତାଙ୍କର ଆଡମିଶନ ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସଂପର୍କରେ ଜାଣି ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଅଞ୍ଚଳର ବଡପଡା ଗାଁର ଜଣେ ପ୍ରତିଭାବାନ ଛାତ୍ର ହେଉଛନ୍ତି ତାରାଚାନ୍‌ ରଣା । ବାପା ଉପସୁ ରଣାଙ୍କ ବାର୍ଷିକ […]

ବଲାଙ୍ଗୀର: ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅର୍ଥ ଅଭାବରୁ ତାଙ୍କର ଆଡମିଶନ ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସଂପର୍କରେ ଜାଣି ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଅଞ୍ଚଳର ବଡପଡା ଗାଁର ଜଣେ ପ୍ରତିଭାବାନ ଛାତ୍ର ହେଉଛନ୍ତି ତାରାଚାନ୍‌ ରଣା । ବାପା ଉପସୁ ରଣାଙ୍କ ବାର୍ଷିକ ରୋଜଗାର ମାତ୍ର ୪୫ ହଜାର ଟଙ୍କା । ତଥାପି ନିଜର ସ୍ବପ୍ନ ପୂରଣ କରିବା ପାଇଁ ତାରାଚାନ୍ ଅବିରତ ଉଦ୍ୟମ କରି ଚାଲିଥିଲେ ଏବଂ ଚଳିତ ବର୍ଷ ଇଞ୍ଜିନିୟରିଂ ପାଇଁ ପ୍ରବେଶିକା ପରୀକ୍ଷା ଜେଇଇ ମେନରେ ୯୯.୩୫ ପ୍ରତିଶତ ମାର୍କ ରଖି NIT Warangalରେ ପଢିବା ପାଇଁ କୃତକାର୍ଯ୍ୟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଶୁଣାଣିକୁ ସେପ୍ଟେମ୍ବର ୭କୁ ଘୁଞ୍ଚାଇଲେ ସୁପ୍ରିମକୋର୍ଟ

କିନ୍ତୁ ଏଥିରେ ଅର୍ଥ ହୋଇଥିଲା ତାଙ୍କ ପାଇଁ ମୁଖ୍ୟ ବାଧକ । ତାଙ୍କର ଆଡ୍‌ମିଶନ ପାଇଁ ଆବଶ୍ୟକ ଅର୍ଥ ନଥିଲା। କଷ୍ଟେମଷ୍ଟେ ସେ ଅଳ୍ପ କିଛି ଟଙ୍କା ସଂଗ୍ରହ କରି ଆଡମିଶନ ପାଇଁ ସ୍ଥାନ ସୁରକ୍ଷିତ ରଖିପାରିଛନ୍ତି । ତାଙ୍କର ବାକି ଅର୍ଥ ପ୍ରଦାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ଆଡମିଶନ ପ୍ରକ୍ରିୟା ପୂରଣ କରିବା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଥିଲେ । ଏହାଦ୍ବାରା ତାଙ୍କର ଆଡମିଶନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇପାରିବ। ଟଙ୍କା ମଞ୍ଜୁର କରିବା ସହିତ ମୁଖ୍ୟମନ୍ତ୍ରୀ ଏହି ପ୍ରତିଭାବାନ ଛାତ୍ରଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର