ସାମ୍ବାଦିକ ମାନଙ୍କୁ ବୁଷ୍ଟର ଡୋଜ୍ ପ୍ରଦାନରେ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କୋଭିଡ ସ୍ଥିତି ନେଇ ସମୀକ୍ଷା  କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସନ୍ଧ୍ୟାରେ ରାଜ୍ୟର ବର୍ତ୍ତମାନର କରୋନା ସ୍ଥିତି ନେଇ ପ୍ରଶାସନିକ ଅଧିକାରୀ ଏବଂ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛିି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି […]

ଭୁବନେଶ୍ବର : ରାଜ୍ୟରେ କୋଭିଡ ସ୍ଥିତି ନେଇ ସମୀକ୍ଷା  କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସନ୍ଧ୍ୟାରେ ରାଜ୍ୟର ବର୍ତ୍ତମାନର କରୋନା ସ୍ଥିତି ନେଇ ପ୍ରଶାସନିକ ଅଧିକାରୀ ଏବଂ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛିି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା।

ଆହୁରି ପଢ଼ନ୍ତୁ: ନାବାଳିକାକୁ ପ୍ରେମ ବିବାହ କରିଥିଲେ, ପୋଲିସ ଗିରଫ ଭୟରେ ରଶିରେ ଝୁଲିପଡିଲେ ଯୁବକ !

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୃତୀୟ ଲହରୀରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ଠିକ୍‌ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କୋଭିଡ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ ବଡ ସହରରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କମିବା ଆରମ୍ଭ ହେଲାଣି । ରୋଗୀମାନଙ୍କ ଲକ୍ଷଣ ସାମାନ୍ୟ ରହୁଛି ଏବଂ ଖୁବ କମ୍‌ ରୋଗୀଙ୍କୁ ହସ୍‌ପିଟାଲ ଯିବାକୁ ପଡୁଛି । ଏସବୁ ସୂଚନା ଉତ୍ସାହପ୍ରଦ ହେଲେ ମଧ୍ୟ ଆମ ସମସ୍ତଙ୍କୁ ସଂପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡିବ । ମୁଖ୍ୟ ଶାସନ ସଚିବ ତାଙ୍କର ପ୍ରେସ୍‌ ସୂଚନା ଜରିଆରେ କୋଭିଡ ରୋଗୀ ସଂଖ୍ୟା ଅଧିକ ରହୁଥିବା ଦୃଷ୍ଟିରୁ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ମହାନଦୀ ଜଳ ବିବାଦ: ଟ୍ରିବ୍ୟୁନାଲଙ୍କ କଡ଼ା ଆଭିମୁଖ୍ୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସସ୍ମିତ ପାତ୍ରଙ୍କ ଚିଠି

ଏହାସହିତ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶେଷକରି ମେଡିକାଲ ଷ୍ଟାଫ, ପୁଲିସ, ପ୍ରଶାସନିକ ଅଧିକାରୀ ଏବଂ ରୋଗର ଅଧିକ ଆଶଂକା ଥିବା ନାଗରିକ ମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନ ତ୍ବରାନ୍ବିତ କରିବା ପାଇଁ ସେ କହିଥିଲେ । ସେହିପରି ଗଣମାଧ୍ୟମର କର୍ମକର୍ତ୍ତା ମାନେ ମଧ୍ୟ ସମ୍ମୁଖ ଯୋଦ୍ଧା ଭାବେ ପରିଗଣିତ ହେଉଥିବାରୁ, ସେମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନରେ ପ୍ରାଥମିକତା ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।କୋଭିଡ ସଂପର୍କରେ ଆମର ସଚେତନତା ଓ ନିୟମର ଦୃଢ ଅନୁପାଳନ ପଦକ୍ଷେପ ଜାରି ରହିବା ଉଚିତ ବୋଲି ମତବ୍ୟକ୍ତ କରିବା ସହିତ ମାଇକ୍ରୋ କଷ୍ଟେନମେଣ୍ଟ ରଣନୀତି ଏବଂ ଘରେ ରହୁଥିବା କୋଭିଡ ରୋଗୀଙ୍କର ନିୟମିତ ତଦାରଖ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।

ଆହୁରି ପଢ଼ନ୍ତୁ: ପୁରୀରେ ଆଇପିଏଲ ବେଟିଂ ରାକେଟର ପର୍ଦ୍ଦାଫାସ; ୫ଗିରଫ, ୨୫ ଲକ୍ଷ ଟଙ୍କା ଜବତ

18 Jan 2022 By The Sakala

ସାମ୍ବାଦିକ ମାନଙ୍କୁ ବୁଷ୍ଟର ଡୋଜ୍ ପ୍ରଦାନରେ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ରାଜ୍ୟରେ କୋଭିଡ ସ୍ଥିତି ନେଇ ସମୀକ୍ଷା  କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସନ୍ଧ୍ୟାରେ ରାଜ୍ୟର ବର୍ତ୍ତମାନର କରୋନା ସ୍ଥିତି ନେଇ ପ୍ରଶାସନିକ ଅଧିକାରୀ ଏବଂ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛିି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୃତୀୟ ଲହରୀରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ଠିକ୍‌ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କୋଭିଡ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ ବଡ ସହରରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କମିବା ଆରମ୍ଭ ହେଲାଣି । ରୋଗୀମାନଙ୍କ ଲକ୍ଷଣ ସାମାନ୍ୟ ରହୁଛି ଏବଂ ଖୁବ କମ୍‌ ରୋଗୀଙ୍କୁ ହସ୍‌ପିଟାଲ ଯିବାକୁ ପଡୁଛି । ଏସବୁ ସୂଚନା ଉତ୍ସାହପ୍ରଦ ହେଲେ ମଧ୍ୟ ଆମ ସମସ୍ତଙ୍କୁ ସଂପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡିବ । ମୁଖ୍ୟ ଶାସନ ସଚିବ ତାଙ୍କର ପ୍ରେସ୍‌ ସୂଚନା ଜରିଆରେ କୋଭିଡ ରୋଗୀ ସଂଖ୍ୟା ଅଧିକ ରହୁଥିବା ଦୃଷ୍ଟିରୁ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଏହାସହିତ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶେଷକରି ମେଡିକାଲ ଷ୍ଟାଫ, ପୁଲିସ, ପ୍ରଶାସନିକ ଅଧିକାରୀ ଏବଂ ରୋଗର ଅଧିକ ଆଶଂକା ଥିବା ନାଗରିକ ମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନ ତ୍ବରାନ୍ବିତ କରିବା ପାଇଁ ସେ କହିଥିଲେ । ସେହିପରି ଗଣମାଧ୍ୟମର କର୍ମକର୍ତ୍ତା ମାନେ ମଧ୍ୟ ସମ୍ମୁଖ ଯୋଦ୍ଧା ଭାବେ ପରିଗଣିତ ହେଉଥିବାରୁ, ସେମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନରେ ପ୍ରାଥମିକତା ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।କୋଭିଡ ସଂପର୍କରେ ଆମର ସଚେତନତା ଓ ନିୟମର ଦୃଢ ଅନୁପାଳନ ପଦକ୍ଷେପ ଜାରି ରହିବା ଉଚିତ ବୋଲି ମତବ୍ୟକ୍ତ କରିବା ସହିତ ମାଇକ୍ରୋ କଷ୍ଟେନମେଣ୍ଟ ରଣନୀତି ଏବଂ ଘରେ ରହୁଥିବା କୋଭିଡ ରୋଗୀଙ୍କର ନିୟମିତ ତଦାରଖ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର