୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତକା ଦେଖାଇ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସେବା ପ୍ରଦାନ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗୀସେବା ଯୋଗାଇଦେବା ଉଦ୍ଦେଶ୍ୟରେ କ୍ରୟ ହୋଇଥିବା […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତକା ଦେଖାଇ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସେବା ପ୍ରଦାନ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗୀସେବା ଯୋଗାଇଦେବା ଉଦ୍ଦେଶ୍ୟରେ କ୍ରୟ ହୋଇଥିବା ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ସୂଚନାଯୋଗ୍ୟ ଯେ, ଦୁର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ, ଗର୍ଭବତୀ ଓ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ବିନା ଖର୍ଚ୍ଚରେ ଡାକ୍ତରଖାନାକୁ ନେବା ପାଇଁ ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସଫଳତାର ସହ କାର୍ଯ୍ୟ କରୁଛି । ଜୀବନ ରକ୍ଷାକାରୀ ସୁବିଧା ଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସ ସାମିଲ ହେବାପରେ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ଅଧିକ ସୁଦୃଢ ହେବ। ଟୋଲ୍ ଫ୍ରି ନମ୍ବର ୧୦୮କୁ ଫୋନ୍ କରି ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସୁବିଧା ଉପଲବ୍ଧ ହେଉଛି।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, 5T ସଚିବ ଭି.କେ ପାଣ୍ଡିଆନ, ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର