ହାଇସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟ : ୫ଟି ଜିଲ୍ଲାରେ ୫୩୧ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର :  ଦ୍ୱିତୀୟ ପର୍ଯ୍ୟାୟ ‘୫-ଟି’ ହାଇସ୍କୁଲ ରୂପାନ୍ତରଣରେ ସାମିଲ ହୋଇଥିବା ବିଦ୍ୟାଳୟରଗୁଡ଼ିକର ଲୋକାର୍ପଣ କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର କରାଯିବ। ଏହି ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ ଅଧିନରେ ଜୁନ୍‌ ୧ ତାରିଖ (ବୁଧବାର) ରାଜ୍ୟର ୫ଟି ଜିଲ୍ଲା – ଖୋର୍ଦ୍ଧା, ବୌଦ, ମାଲକାନଗିରି, ସୋନପୁର ଓ ମୟୁରଭଂଜର ରେକର୍ଡ ସଂଖ୍ୟକ ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ […]

ଭୁବନେଶ୍ବର :  ଦ୍ୱିତୀୟ ପର୍ଯ୍ୟାୟ ‘୫-ଟି’ ହାଇସ୍କୁଲ ରୂପାନ୍ତରଣରେ ସାମିଲ ହୋଇଥିବା ବିଦ୍ୟାଳୟରଗୁଡ଼ିକର ଲୋକାର୍ପଣ କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର କରାଯିବ। ଏହି ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ ଅଧିନରେ ଜୁନ୍‌ ୧ ତାରିଖ (ବୁଧବାର) ରାଜ୍ୟର ୫ଟି ଜିଲ୍ଲା – ଖୋର୍ଦ୍ଧା, ବୌଦ, ମାଲକାନଗିରି, ସୋନପୁର ଓ ମୟୁରଭଂଜର ରେକର୍ଡ ସଂଖ୍ୟକ ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିବା ବେଳେ ଆଜି ଆଉ ୫ଟି ଜିଲ୍ଲା  ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ଅନୁଗୁଳ ଜିଲ୍ଲାରେ ୫୩୧ଟି ରୂପାନ୍ତରିତ ବିଦ୍ୟାଳୟର ଲୋକାର୍ପଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଲୋକସେବା ଭବନର ସମ୍ମିଳନୀ କକ୍ଷରୁ ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ଅନୁଗୁଳ ଜିଲ୍ଲାରେ ୫୩୧ଟି ରୂପାନ୍ତରିତ ବିଦ୍ୟାଳୟର ଲୋକାର୍ପଣ କରିବା ସହ ଉଦବୋଧନ ଦେଇ ପିଲାମାନଙ୍କ ବ୍ୟକ୍ତିତ୍ବର ବିକଶରେ ସ୍କୁଲ ରୂପାନ୍ତର ସହାୟକ ହୋଇଛି ବୋଲି କହିଥିଲେ।  ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ପାଠ ସହ ଖେଳ ଏବଂ ସୃଜନଶୀଳ ପ୍ରତିଭା ବିକାଶ ପାଇଁ ସୁଯୋଗ ଆଣିଛି। ସେମାନଙ୍କ ବ୍ୟକ୍ତିତ୍ବକୁ ମଧ୍ୟ ବିକଶିତ କରି ବାରେ ବିଶେଷ ସହାୟକ ହୋଇଛି ବୋଲି ଛାତ୍ର ଛାତ୍ରୀ ମାନେ ମତ ଦେଇଥିଲେ।

ଆଜି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୫ଟି ଜିଲ୍ଲା ୫୩୧ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଢେଙ୍କାନାଳ ଜିଲ୍ଲାର ୧୦୫ଟି ହାଇସ୍କୁଲ, ଗଞ୍ଜାମର ୨୩୦ଟି, କନ୍ଧମାଳର ୭୩ଟି, ନବରଂଗପୁରର ୭୩ଟି ଓ ଅନୁଗୁଳ ଜିଲ୍ଲାର ୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି।

03 Jun 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର