କିସ୍‌ର କଳାହାଣ୍ଡି ଶାଖା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ୧୨ଶହ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ଗୁଣାତ୍ମକ ଶିକ୍ଷା

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ କିସ୍‌ ପକ୍ଷରୁ ପ୍ରତିଷ୍ଠିତ ଏକ ସ୍କୁଲ ଉଦ୍‌ଘାଟନ କରିଛନ୍ତି। ଏହି ବିଦ୍ୟାଳୟରେ ୧୨୦୦ ଜନଜାତି ପିଲା ବିନା ମୂଲ୍ୟରେ ପାଠ ପଢିବାର ସୁଯୋଗ ପାଇବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ଜିଲ୍ଲାରେ ସ୍କୁଲ ଖୋଲି ଶିକ୍ଷାର ଉନ୍ନତି ପାଇଁ, ବିଶେଷକରି ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍‌ର ଉଦ୍ୟମକୁ ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡି […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ କିସ୍‌ ପକ୍ଷରୁ ପ୍ରତିଷ୍ଠିତ ଏକ ସ୍କୁଲ ଉଦ୍‌ଘାଟନ କରିଛନ୍ତି। ଏହି ବିଦ୍ୟାଳୟରେ ୧୨୦୦ ଜନଜାତି ପିଲା ବିନା ମୂଲ୍ୟରେ ପାଠ ପଢିବାର ସୁଯୋଗ ପାଇବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ଜିଲ୍ଲାରେ ସ୍କୁଲ ଖୋଲି ଶିକ୍ଷାର ଉନ୍ନତି ପାଇଁ, ବିଶେଷକରି ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍‌ର ଉଦ୍ୟମକୁ ଉଚ୍ଚପ୍ରଶଂସା କରିଥିଲେ ।

ଆହୁରି ପଢ଼ନ୍ତୁ: ନିଜକୁ ପୋଲିସ କହି ଲୋକଙ୍କୁ ଲଗାଉଥଲା ଚୂନ, ବାନ୍ଧିଲା ଅସଲି ପୋଲିସ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡି ଏବେ ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି। ଜିଲ୍ଲାରେ ବିଶ୍ବ ବିଦ୍ୟାଳୟ, ସରକାରୀ ଇଂଜିନିୟରିଂ କଲେଜ ଆଦି ଜିଲ୍ଲା ପାଇଁ ନୂଆ ପରିଚୟ ସୃଷ୍ଟି କରିଛି ବୋଲି ସେ କହିଥିଲେ ।ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଶିକ୍ଷା ଉପରେ ରାଜ୍ୟ ସରକାର ସବୁଠାରୁ ଅଧିକ ଗୁରୁତ୍ବ ଆରୋପ କରୁଛନ୍ତି। ୫-ଟି ଉପକ୍ରମରେ ସ୍କୁଲ ରୂପାନ୍ତରକୁ ହିଁ ସବୁଠାରୁ ଅଧିକ ଗୁରୁତ୍ବ ଦିଆଯାଇଛି। ରାଜ୍ୟରେ ୪୦୦ଟି ସ୍କୁଲର ରୂପାନ୍ତର କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡି ଜିଲ୍ଲାରେ ଦୁଇଟି ପର୍ଯ୍ୟାୟରେ ୧୨୯ଟି ସ୍କୁଲର ରୂପାନ୍ତର କରାଯାଇଛି । ରୂପାନ୍ତର ପିଲାଙ୍କ ଭିତରେ ଆଗ୍ରହ, ଉତ୍ସାହ ଓ ଭବିଷ୍ୟତ ପ୍ରତି ଦୃଢ ସଂକଳ୍ପ ସୃଷ୍ଟି କରିଛି ବୋଲି ସେ କହିଥିଲେ ।

ଆହୁରି ପଢ଼ନ୍ତୁ: ଓଡିଶାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ପ୍ରତିବାଦରେ ଆସନ୍ତା ୧୪ରେ ଡିଜି ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି

ଏହି କାର୍ଯ୍ୟକ୍ରମରେ ସାଂସଦ  ବସନ୍ତ ପଣ୍ଡା, ସାଂସଦ  ସୁଜିତ କୁମାର, ବିଧାୟକ  ପ୍ରଦୀପ ଦିଶାରୀ ପ୍ରମୁଖ ଯୋଗ ଦେଇ ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର କ୍ଷେତ୍ରରେ କିସ୍‌ର ଉଦ୍ୟମ ପାଇଁ ଏହାର ପ୍ରତିଷ୍ଠାତା ତଥା ସାଂସଦ ଡଃ ଅଚ୍ୟୁତ ସାମନ୍ତଙ୍କ ଉଚ୍ଚ ପ୍ରଶଂସା କରିଥିଲେ।କିସ୍‌ର ପ୍ରତିଷ୍ଠାତା ଓ ସାଂସଦ ଡଃ ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ଦେଇଥିଲେ ଓ କଳାହାଣ୍ଡି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

ଆହୁରି ପଢ଼ନ୍ତୁ: ଡିଜେଲ ଅଭାବରୁ ଚିଲିକା ମଝିରେ ଫସିଲେ ମତ୍ସ୍ୟଜୀବୀ, ଟାପୁରେ ନେଇଛନ୍ତି ଆଶ୍ରୟ

17 Jun 2022 By The Sakala

କିସ୍‌ର କଳାହାଣ୍ଡି ଶାଖା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ୧୨ଶହ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ଗୁଣାତ୍ମକ ଶିକ୍ଷା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ କିସ୍‌ ପକ୍ଷରୁ ପ୍ରତିଷ୍ଠିତ ଏକ ସ୍କୁଲ ଉଦ୍‌ଘାଟନ କରିଛନ୍ତି। ଏହି ବିଦ୍ୟାଳୟରେ ୧୨୦୦ ଜନଜାତି ପିଲା ବିନା ମୂଲ୍ୟରେ ପାଠ ପଢିବାର ସୁଯୋଗ ପାଇବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ଜିଲ୍ଲାରେ ସ୍କୁଲ ଖୋଲି ଶିକ୍ଷାର ଉନ୍ନତି ପାଇଁ, ବିଶେଷକରି ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍‌ର ଉଦ୍ୟମକୁ ଉଚ୍ଚପ୍ରଶଂସା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡି ଏବେ ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି। ଜିଲ୍ଲାରେ ବିଶ୍ବ ବିଦ୍ୟାଳୟ, ସରକାରୀ ଇଂଜିନିୟରିଂ କଲେଜ ଆଦି ଜିଲ୍ଲା ପାଇଁ ନୂଆ ପରିଚୟ ସୃଷ୍ଟି କରିଛି ବୋଲି ସେ କହିଥିଲେ ।ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଶିକ୍ଷା ଉପରେ ରାଜ୍ୟ ସରକାର ସବୁଠାରୁ ଅଧିକ ଗୁରୁତ୍ବ ଆରୋପ କରୁଛନ୍ତି। ୫-ଟି ଉପକ୍ରମରେ ସ୍କୁଲ ରୂପାନ୍ତରକୁ ହିଁ ସବୁଠାରୁ ଅଧିକ ଗୁରୁତ୍ବ ଦିଆଯାଇଛି। ରାଜ୍ୟରେ ୪୦୦ଟି ସ୍କୁଲର ରୂପାନ୍ତର କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡି ଜିଲ୍ଲାରେ ଦୁଇଟି ପର୍ଯ୍ୟାୟରେ ୧୨୯ଟି ସ୍କୁଲର ରୂପାନ୍ତର କରାଯାଇଛି । ରୂପାନ୍ତର ପିଲାଙ୍କ ଭିତରେ ଆଗ୍ରହ, ଉତ୍ସାହ ଓ ଭବିଷ୍ୟତ ପ୍ରତି ଦୃଢ ସଂକଳ୍ପ ସୃଷ୍ଟି କରିଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସାଂସଦ  ବସନ୍ତ ପଣ୍ଡା, ସାଂସଦ  ସୁଜିତ କୁମାର, ବିଧାୟକ  ପ୍ରଦୀପ ଦିଶାରୀ ପ୍ରମୁଖ ଯୋଗ ଦେଇ ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର କ୍ଷେତ୍ରରେ କିସ୍‌ର ଉଦ୍ୟମ ପାଇଁ ଏହାର ପ୍ରତିଷ୍ଠାତା ତଥା ସାଂସଦ ଡଃ ଅଚ୍ୟୁତ ସାମନ୍ତଙ୍କ ଉଚ୍ଚ ପ୍ରଶଂସା କରିଥିଲେ।କିସ୍‌ର ପ୍ରତିଷ୍ଠାତା ଓ ସାଂସଦ ଡଃ ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ଦେଇଥିଲେ ଓ କଳାହାଣ୍ଡି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର