୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ଲହରର ପ୍ରଭାବ ଧୀରେ ଧୀରେ ଅପସରି ଯାଉଥିବା ବେଳେ ଖୁବଶୀଘ୍ର ତୃତୀୟ ପ୍ରବାହ ଆସିବା ନେଇ ଆଶଙ୍କା ରହିଛି । ଏଭଳି ସ୍ଥିତିରେ କରୋନା ମୁକାବିଲାକୁ ରାଜ୍ୟ ସରକାର ଜୋରଦାର କରିବା ସହ ସ୍ୱାସ୍ଥ୍ୟ ସୁରକ୍ଷାକୁ ଅଗ୍ରାଧିକାରୀ ଦେଉଛନ୍ତି । ଏହିକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ୍ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। […]

ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ଲହରର ପ୍ରଭାବ ଧୀରେ ଧୀରେ ଅପସରି ଯାଉଥିବା ବେଳେ ଖୁବଶୀଘ୍ର ତୃତୀୟ ପ୍ରବାହ ଆସିବା ନେଇ ଆଶଙ୍କା ରହିଛି । ଏଭଳି ସ୍ଥିତିରେ କରୋନା ମୁକାବିଲାକୁ ରାଜ୍ୟ ସରକାର ଜୋରଦାର କରିବା ସହ ସ୍ୱାସ୍ଥ୍ୟ ସୁରକ୍ଷାକୁ ଅଗ୍ରାଧିକାରୀ ଦେଉଛନ୍ତି । ଏହିକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ୍ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା ଜିଲ୍ଲାରେ ଏ ନେଇ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍‌ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ । ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍‌ପିଟାଲରେ ଅକ୍ସିଜେନ୍ ପାଇପ ସଂଯୁକ୍ତ କୋଭିଡ ୱାର୍ଡ, ପାଲଲହଡ଼ା ଉପଖଣ୍ଡ ହସ୍‌ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅକ୍‌ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍‌ ୱାର୍ଡ, ଓ ତା’ ସହିତ ଦେବଗଡ ରାଜମୁଣ୍ଡାସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟୀକା ଭଣ୍ଡାର ଗୃହର ଉଦ୍‌ଘାଟନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା । ଜଣେ ବି କୋଭିଡ ରୋଗୀ ଯେପରି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସମସ୍ତ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀମାନଙ୍କୁ ପୁଣିଥରେ ଧନ୍ୟବାଦ ଦେଇଥିଲେ। ସେ ଆହୁରି କହିଛନ୍ତି ଯେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଏହାସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହାଦ୍ୱାରା କୋଭିଡ ବିରୋଧରେ ଆମର ଲଢେଇ ଆହୁରି ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ସାଂସଦ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର