ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

5-T ଅଧିନରେ ମହିଳା ଓ ଶିଶୁ ବିକାଶ ବିଭାଗର ୫ଟି ଅନଲାଇନ ସେବା ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : 5-T ଅନଲାଇନ ସେବା ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 5-T ଅଧିନରେ ଥିବା ମହିଳା ଓ ଶିଶୁ ବିକାଶ ବିଭାଗର ୫ଟି ଅନଲାଇନ ସେବା ଲୋକାର୍ପିତ ହୋଇଛି । ମହିଳା ଓ ଶିଶୁମାନଙ୍କୁ ତ୍ବରିତ ଓ ଗୁଣାତ୍ମକ ସେବା ଯୋଗାଇବାରେ ଏହି ଉଦ୍ୟମ ସହାୟକ ହେବ । ସରକାରଙ୍କର 5-T ଉପକ୍ରମ ଜରିଆରେ ବିଭିନ୍ନ ବିଭାଗର କାର୍ଯ୍ୟଦକ୍ଷତାରେ ଉନ୍ନତି ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି । ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀ ଏହି […]

ଭୁବନେଶ୍ବର : 5-T ଅନଲାଇନ ସେବା ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 5-T ଅଧିନରେ ଥିବା ମହିଳା ଓ ଶିଶୁ ବିକାଶ ବିଭାଗର ୫ଟି ଅନଲାଇନ ସେବା ଲୋକାର୍ପିତ ହୋଇଛି । ମହିଳା ଓ ଶିଶୁମାନଙ୍କୁ ତ୍ବରିତ ଓ ଗୁଣାତ୍ମକ ସେବା ଯୋଗାଇବାରେ ଏହି ଉଦ୍ୟମ ସହାୟକ ହେବ । ସରକାରଙ୍କର 5-T ଉପକ୍ରମ ଜରିଆରେ ବିଭିନ୍ନ ବିଭାଗର କାର୍ଯ୍ୟଦକ୍ଷତାରେ ଉନ୍ନତି ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି । ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀ ଏହି 5-T ପୋର୍ଟାଲର ଲୋକାର୍ପଣ କରିଛନ୍ତି । ଏହି ସେବା ଗୁଡ଼ିକ ହେଲା ଇ-କଳିକା, ମୋ ଛତୁଆ ଆପ୍‌, ଇ-ମାନଦେୟ ପୋର୍ଟାଲ, ମମତା ଆପ୍‌, ମୋ ଶିଶୁ ପୋର୍ଟାଲ ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେ ରାଜ୍ୟ ସରକାର ଗତ ୨୦ ବର୍ଷ ଧରି ମହିଳାମାନଙ୍କର ସଶକ୍ତିକରଣ ଏବଂ ଶିଶୁମାନଙ୍କର କଲ୍ୟାଣକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରିଆସୁଛି । ଏଥିପାଇଁ ପଞ୍ଚାୟତ ଅନୁଷ୍ଠାନ ମାନଙ୍କରେ ମହିଳାମାନଙ୍କ ପାଇଁ ସଂରକ୍ଷଣ ଠାରୁ ଆରମ୍ଭ କରି ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ୭୦ଲକ୍ଷ ମହିଳାଙ୍କୁ ସଶକ୍ତ କରାଯାଇଛି । ରାଜ୍ୟ ସରକାରଙ୍କର ଉଦ୍ୟମରେ ଓଡ଼ିଶା ଆଜି ମହିଳା ସଶକ୍ତି କରଣ, ଶିଶୁମାନଙ୍କର ଯତ୍ନ ଏବଂ ପୁଷ୍ଟି କ୍ଷେତ୍ରରେ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ହୋଇପାରିଛି । ସାରା ଦେଶରେ ଏ ପର୍ଯ୍ୟନ୍ତକେବଳ ଓଡ଼ିଶାରେ ହିଁ ପୁଷ୍ଟି ବଜେଟ୍ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ମା ଓ ଶିଶୁମାନଙ୍କୁ ସବୁ ପ୍ରକାର ସେବା ଯୋଗାଇ ଦେବା ପାଇଁ ଅଙ୍ଗନବାଡ଼ି ଠାରୁ ଆରମ୍ଭ କରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, କ୍ରେଚ୍‌, କର୍ମଜୀବୀ ମହିଳାମାନଙ୍କ ପାଇଁ ହଷ୍ଟେଲ, ଅନାଥଶ୍ରମ ଏବଂ ବିଭିନ୍ନ ଶିଶୁ ଯତ୍ନ ଅନୁଷ୍ଠାନ ମାନ କାର୍ଯ୍ୟ କରୁଛି । ରାଜ୍ୟ ସରକାରଙ୍କର ଏହିସବୁ କାର୍ଯ୍ୟକ୍ରମ ଯେପରି ଅଧିକ ଦକ୍ଷତାର ସହିତ ଲୋକଙ୍କ ପାଖରେ ପହଞ୍ଚି ପାରିବ ସେ ଦିଗରେ ରାଜ୍ୟ ସରକାର ବିଶେଷ ଯତ୍ନବାନ ଅଛନ୍ତି ଏବଂ ବୈଷୟିକ ଜ୍ଞାନକୌଶଳ ଏହି ଉପକ୍ରମକୁ ବିଶେଷ ସୁଗମ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର ଛଉ ନୃତ୍ୟଗୁରୁ ପାଗୁଲୁ ଜେନାଙ୍କୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ

ଆଜି ଲୋକାର୍ପିତ 5-T ଅନ୍‌ଲାଇନ୍ ସେବା, ପରିବର୍ତ୍ତିତ ପରିସ୍ଥିତିରେ ହିତାଧିକାରୀଙ୍କୁ ଗୁଣାତ୍ମକ ସେବା ଯୋଗାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏ ଅବସରରେ ଉଦ୍‌ବୋଧନ ଦେଇ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ କହିଥିଲେ ଯେ, ରାଜ୍ୟ ସରକାର ମହିଳା ଓ ଶିଶୁ ବିଭାଗର କଲ୍ୟାଣ ପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆଜି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ରାଜ୍ୟର କୋଣ ଅନୁକୋଣରେ ପ୍ରତି ପରିବାର ପାଖରେ ପହଞ୍ଚି ପାରିଛି ବୋଲି କହିଛନ୍ତି ବିଭାଗୀୟ ମନ୍ତ୍ରୀ ।

25 Feb 2021 By The Sakala

5-T ଅଧିନରେ ମହିଳା ଓ ଶିଶୁ ବିକାଶ ବିଭାଗର ୫ଟି ଅନଲାଇନ ସେବା ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : 5-T ଅନଲାଇନ ସେବା ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 5-T ଅଧିନରେ ଥିବା ମହିଳା ଓ ଶିଶୁ ବିକାଶ ବିଭାଗର ୫ଟି ଅନଲାଇନ ସେବା ଲୋକାର୍ପିତ ହୋଇଛି । ମହିଳା ଓ ଶିଶୁମାନଙ୍କୁ ତ୍ବରିତ ଓ ଗୁଣାତ୍ମକ ସେବା ଯୋଗାଇବାରେ ଏହି ଉଦ୍ୟମ ସହାୟକ ହେବ । ସରକାରଙ୍କର 5-T ଉପକ୍ରମ ଜରିଆରେ ବିଭିନ୍ନ ବିଭାଗର କାର୍ଯ୍ୟଦକ୍ଷତାରେ ଉନ୍ନତି ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି । ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀ ଏହି 5-T ପୋର୍ଟାଲର ଲୋକାର୍ପଣ କରିଛନ୍ତି । ଏହି ସେବା ଗୁଡ଼ିକ ହେଲା ଇ-କଳିକା, ମୋ ଛତୁଆ ଆପ୍‌, ଇ-ମାନଦେୟ ପୋର୍ଟାଲ, ମମତା ଆପ୍‌, ମୋ ଶିଶୁ ପୋର୍ଟାଲ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେ ରାଜ୍ୟ ସରକାର ଗତ ୨୦ ବର୍ଷ ଧରି ମହିଳାମାନଙ୍କର ସଶକ୍ତିକରଣ ଏବଂ ଶିଶୁମାନଙ୍କର କଲ୍ୟାଣକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରିଆସୁଛି । ଏଥିପାଇଁ ପଞ୍ଚାୟତ ଅନୁଷ୍ଠାନ ମାନଙ୍କରେ ମହିଳାମାନଙ୍କ ପାଇଁ ସଂରକ୍ଷଣ ଠାରୁ ଆରମ୍ଭ କରି ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ୭୦ଲକ୍ଷ ମହିଳାଙ୍କୁ ସଶକ୍ତ କରାଯାଇଛି । ରାଜ୍ୟ ସରକାରଙ୍କର ଉଦ୍ୟମରେ ଓଡ଼ିଶା ଆଜି ମହିଳା ସଶକ୍ତି କରଣ, ଶିଶୁମାନଙ୍କର ଯତ୍ନ ଏବଂ ପୁଷ୍ଟି କ୍ଷେତ୍ରରେ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ହୋଇପାରିଛି । ସାରା ଦେଶରେ ଏ ପର୍ଯ୍ୟନ୍ତକେବଳ ଓଡ଼ିଶାରେ ହିଁ ପୁଷ୍ଟି ବଜେଟ୍ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମା ଓ ଶିଶୁମାନଙ୍କୁ ସବୁ ପ୍ରକାର ସେବା ଯୋଗାଇ ଦେବା ପାଇଁ ଅଙ୍ଗନବାଡ଼ି ଠାରୁ ଆରମ୍ଭ କରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, କ୍ରେଚ୍‌, କର୍ମଜୀବୀ ମହିଳାମାନଙ୍କ ପାଇଁ ହଷ୍ଟେଲ, ଅନାଥଶ୍ରମ ଏବଂ ବିଭିନ୍ନ ଶିଶୁ ଯତ୍ନ ଅନୁଷ୍ଠାନ ମାନ କାର୍ଯ୍ୟ କରୁଛି । ରାଜ୍ୟ ସରକାରଙ୍କର ଏହିସବୁ କାର୍ଯ୍ୟକ୍ରମ ଯେପରି ଅଧିକ ଦକ୍ଷତାର ସହିତ ଲୋକଙ୍କ ପାଖରେ ପହଞ୍ଚି ପାରିବ ସେ ଦିଗରେ ରାଜ୍ୟ ସରକାର ବିଶେଷ ଯତ୍ନବାନ ଅଛନ୍ତି ଏବଂ ବୈଷୟିକ ଜ୍ଞାନକୌଶଳ ଏହି ଉପକ୍ରମକୁ ବିଶେଷ ସୁଗମ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆଜି ଲୋକାର୍ପିତ 5-T ଅନ୍‌ଲାଇନ୍ ସେବା, ପରିବର୍ତ୍ତିତ ପରିସ୍ଥିତିରେ ହିତାଧିକାରୀଙ୍କୁ ଗୁଣାତ୍ମକ ସେବା ଯୋଗାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏ ଅବସରରେ ଉଦ୍‌ବୋଧନ ଦେଇ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ କହିଥିଲେ ଯେ, ରାଜ୍ୟ ସରକାର ମହିଳା ଓ ଶିଶୁ ବିଭାଗର କଲ୍ୟାଣ ପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆଜି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ରାଜ୍ୟର କୋଣ ଅନୁକୋଣରେ ପ୍ରତି ପରିବାର ପାଖରେ ପହଞ୍ଚି ପାରିଛି ବୋଲି କହିଛନ୍ତି ବିଭାଗୀୟ ମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର