ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତି ନେଇ ଜୀବନରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଦୁଇଟି ପ୍ଲାନେଟାରିଅମ ଅଛି। ଏହାସହିତ ଆଉ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତି ନେଇ ଜୀବନରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଯାଜପୁର କାଳୀମେଘା ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା: ୫ ଅଭିଯୁକ୍ତ ଗିରଫ, ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ ଜବତ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଦୁଇଟି ପ୍ଲାନେଟାରିଅମ ଅଛି। ଏହାସହିତ ଆଉ ୬ ଟି ପ୍ଲାନେଟାରିଅମ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ୩୦ ଟି ଜିଲ୍ଲା ରେ ମଧ୍ୟ ୩୦ ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ଏଥିପାଇଁ ୧୦୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବରର ପଠାଣୀ ସାମନ୍ତ ପ୍ଲାନେଟାରିଅମ୍‌କୁ ଏକ ୩-ଡି ପ୍ଲାନେଟାରିଅମରେ ପରିଣତ କରାଯିବ ବୋଲି ସେ କହିଥିଲେ ।

ଆହୁରି ପଢ଼ନ୍ତୁ: ପୁଣି ବିବାଦରେ ନାଣ୍ଡୁ ବାବୁ ! ଆଡଭାନ୍ସ ନେଇ ଯାତ୍ରା କରୁନଥିବା ଅଭିଯୋଗ କଲେ ପୂଜା କମିଟି ସଦସ୍ୟ

ଆହୁରି ପଢ଼ନ୍ତୁ: ଆଜି ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ, ଆଜିଠୁ ହେବ ନୂଆ ପଞ୍ଜିିକା ପ୍ରଚଳନ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମଣିଷ ସଭ୍ୟତାର ବିକାଶରେ ବିଜ୍ଞାନ ଓ ବୈଷୟିକ ଜ୍ଞାନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ବିଜ୍ଞାନ ବିନା ଆଜି ଜୀବନଯାପନ କରିବା ସମ୍ଭବ ନୁହେଁ । ଯଦି ଆଜି ମଣିଷ ସଭ୍ୟତାର ଶିଖରରେ ପହଞ୍ଚିପାରିଛି, ତେବେ ଏହା ହେଉଛି ବିଜ୍ଞାନର ଅବଦାନ । ବିଜ୍ଞାନ ଓ ବିକାଶ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଓଡିଶା ଆଜି ବିକାଶ ପଥରେ ଅଗ୍ରଗତି କରି ବିଜ୍ଞାନ ଓ ବୈଷୟିକ ଶକ୍ତିର ପ୍ରୟୋଗରେ ଏକ ଜ୍ଞାନ ଅର୍ଥନୀତି (ନଲେଜ ଇକୋନୋମି) ଦିଗରେ ଅଗ୍ରସର ହେଉଛି । ବିକାଶର ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ଭିତରେ ବୈଜ୍ଞାନିକ ମନୋବୃତି, ଅନୁସନ୍ଧିତ୍ସୁ ମନୋଭାବ ଏବଂ ଯୁକ୍ତିଯୁକ୍ତ ଚିନ୍ତାଧାରା ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ରାଜ୍ୟ ସରକାର ଓଡିଶାରେ ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା, ଇଞ୍ଜିନିୟରିଂ ଓ ଗଣିତ ଶିକ୍ଷାରେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ମାନଙ୍କୁ ଆକୃଷ୍ଟ କରିବା ପାଇଁ ପଦକ୍ଷେପ ନେଉଛନ୍ତି ।ବିଜ୍ଞାନ ଶିକ୍ଷା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପ ଦ୍ବାରା ସମାଜରେ ବୈଜ୍ଞାନିକ ମନୋଭାବ ବୃଦ୍ଧି ପାଇବା ସହିତ ପିଲାମାନଙ୍କ ମଧ୍ୟରେ ତର୍କସଙ୍ଗତ ଚିନ୍ତାଧାରା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଏହି କାର୍ୟ୍ୟକ୍ରମରେ ରାୟଗଡ଼ା ଠାରେ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ କହିଥିଲେ  ଯେ ବିକାଶର ଧାରାରେ ବିଜ୍ଞାନର ସହାୟତା ସବୁବେଳେ ଜରୁରୀ। ରାୟଗଡାରେ ପ୍ଲାନେଟାରିଅମ୍‌ ସ୍ଥାପନ ଦ୍ବାରା ସ୍ଥାନୀୟ ପିଲାମାନଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାରା ବୃଦ୍ଧି ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ ।

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ  ଅଶୋକ ପଣ୍ଡା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟରେ ବିଜ୍ଞାନ ଶିକ୍ଷାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ଲାନେଟାରିଅମ୍‌ ଓ ଜିଲ୍ଲା ଗୁଡିକରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି। ଭୁବନେଶ୍ବରର ପ୍ଲାନେଟାରିଅମ୍‌କୁ ଆହୁରି ବଡ କରାଯାଇ ଏଥିରେ ୧୨୦ ଜଣ ବସିବାର ବ୍ୟବସ୍ଥା କରାଯାଉଛି ବୋଲି ସେ କହିଥିଲେ । ସେହିପରି ଜୟପୁର ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ  ପଦ୍ମିନୀ ଦିଆନ କହିଲେ ଯେ ଜୟପୁରରେ ପ୍ଲାନେଟାରିଅମ୍‌ ପ୍ରତିଷ୍ଠା ସମଗ୍ର କୋରାପୁଟ ଜିଲ୍ଲା ପାଇଁ ଖୁସିର କଥା। ଆଧୁନିକ ସମାଜରେ ବିଜ୍ଞାନଭିତ୍ତିକ ଜୀବନଶୈଳୀ ବହୁତ ଜରୁରୀ ବୋଲି ପ୍ରକାଶ କରି ଏହି ପଦକ୍ଷେପ ଦ୍ବାରା ବିଜ୍ଞାନ କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ଅଗ୍ରହ ବୃଦ୍ଧି ପାଇବ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ଲାନେଟାରିଅମ ଓ ଜିଲ୍ଲା ବିଜ୍ଞାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମର ସଂଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ  ରାଜ୍ୟସଭା ସାଂସଦ  ଏନ୍‌. ଭାସ୍କର ରାଓ, ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ଥିଲେ ।

03 Mar 2021 By The Sakala

ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତି ନେଇ ଜୀବନରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଦୁଇଟି ପ୍ଲାନେଟାରିଅମ ଅଛି। ଏହାସହିତ ଆଉ ୬ ଟି ପ୍ଲାନେଟାରିଅମ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ୩୦ ଟି ଜିଲ୍ଲା ରେ ମଧ୍ୟ ୩୦ ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ଏଥିପାଇଁ ୧୦୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବରର ପଠାଣୀ ସାମନ୍ତ ପ୍ଲାନେଟାରିଅମ୍‌କୁ ଏକ ୩-ଡି ପ୍ଲାନେଟାରିଅମରେ ପରିଣତ କରାଯିବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମଣିଷ ସଭ୍ୟତାର ବିକାଶରେ ବିଜ୍ଞାନ ଓ ବୈଷୟିକ ଜ୍ଞାନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ବିଜ୍ଞାନ ବିନା ଆଜି ଜୀବନଯାପନ କରିବା ସମ୍ଭବ ନୁହେଁ । ଯଦି ଆଜି ମଣିଷ ସଭ୍ୟତାର ଶିଖରରେ ପହଞ୍ଚିପାରିଛି, ତେବେ ଏହା ହେଉଛି ବିଜ୍ଞାନର ଅବଦାନ । ବିଜ୍ଞାନ ଓ ବିକାଶ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଓଡିଶା ଆଜି ବିକାଶ ପଥରେ ଅଗ୍ରଗତି କରି ବିଜ୍ଞାନ ଓ ବୈଷୟିକ ଶକ୍ତିର ପ୍ରୟୋଗରେ ଏକ ଜ୍ଞାନ ଅର୍ଥନୀତି (ନଲେଜ ଇକୋନୋମି) ଦିଗରେ ଅଗ୍ରସର ହେଉଛି । ବିକାଶର ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ଭିତରେ ବୈଜ୍ଞାନିକ ମନୋବୃତି, ଅନୁସନ୍ଧିତ୍ସୁ ମନୋଭାବ ଏବଂ ଯୁକ୍ତିଯୁକ୍ତ ଚିନ୍ତାଧାରା ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ରାଜ୍ୟ ସରକାର ଓଡିଶାରେ ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା, ଇଞ୍ଜିନିୟରିଂ ଓ ଗଣିତ ଶିକ୍ଷାରେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ମାନଙ୍କୁ ଆକୃଷ୍ଟ କରିବା ପାଇଁ ପଦକ୍ଷେପ ନେଉଛନ୍ତି ।ବିଜ୍ଞାନ ଶିକ୍ଷା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପ ଦ୍ବାରା ସମାଜରେ ବୈଜ୍ଞାନିକ ମନୋଭାବ ବୃଦ୍ଧି ପାଇବା ସହିତ ପିଲାମାନଙ୍କ ମଧ୍ୟରେ ତର୍କସଙ୍ଗତ ଚିନ୍ତାଧାରା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଏହି କାର୍ୟ୍ୟକ୍ରମରେ ରାୟଗଡ଼ା ଠାରେ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ କହିଥିଲେ  ଯେ ବିକାଶର ଧାରାରେ ବିଜ୍ଞାନର ସହାୟତା ସବୁବେଳେ ଜରୁରୀ। ରାୟଗଡାରେ ପ୍ଲାନେଟାରିଅମ୍‌ ସ୍ଥାପନ ଦ୍ବାରା ସ୍ଥାନୀୟ ପିଲାମାନଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାରା ବୃଦ୍ଧି ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ ।

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ  ଅଶୋକ ପଣ୍ଡା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟରେ ବିଜ୍ଞାନ ଶିକ୍ଷାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ଲାନେଟାରିଅମ୍‌ ଓ ଜିଲ୍ଲା ଗୁଡିକରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି। ଭୁବନେଶ୍ବରର ପ୍ଲାନେଟାରିଅମ୍‌କୁ ଆହୁରି ବଡ କରାଯାଇ ଏଥିରେ ୧୨୦ ଜଣ ବସିବାର ବ୍ୟବସ୍ଥା କରାଯାଉଛି ବୋଲି ସେ କହିଥିଲେ । ସେହିପରି ଜୟପୁର ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ  ପଦ୍ମିନୀ ଦିଆନ କହିଲେ ଯେ ଜୟପୁରରେ ପ୍ଲାନେଟାରିଅମ୍‌ ପ୍ରତିଷ୍ଠା ସମଗ୍ର କୋରାପୁଟ ଜିଲ୍ଲା ପାଇଁ ଖୁସିର କଥା। ଆଧୁନିକ ସମାଜରେ ବିଜ୍ଞାନଭିତ୍ତିକ ଜୀବନଶୈଳୀ ବହୁତ ଜରୁରୀ ବୋଲି ପ୍ରକାଶ କରି ଏହି ପଦକ୍ଷେପ ଦ୍ବାରା ବିଜ୍ଞାନ କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ଅଗ୍ରହ ବୃଦ୍ଧି ପାଇବ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ଲାନେଟାରିଅମ ଓ ଜିଲ୍ଲା ବିଜ୍ଞାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମର ସଂଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ  ରାଜ୍ୟସଭା ସାଂସଦ  ଏନ୍‌. ଭାସ୍କର ରାଓ, ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର