ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ…

ଭୁବନେଶ୍ୱର: ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ। […]

ଭୁବନେଶ୍ୱର: ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ। ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ସେ ନବୀନ ନିବାସ ଫେରିଥିଲେ। ସେବେଠାରୁ ଦଳମତ ନିର୍ବିଶେଷରେ ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରୁଛନ୍ତି ।

About The Author: The Sakala