ଦେଶରେ ମହିଳା ସଶକ୍ତିକରଣ କ୍ଷେତ୍ରରେ ଉଜ୍ଜ୍ୱଳ ଉଦାହରଣ ସୃଷ୍ଟି କରିବେ ଦ୍ରୌପଦୀ ମୁର୍ମୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶାର ଦ୍ରୌପଦୀ ମୁର୍ମୁ ହୋଇଛନ୍ତି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ। ପ୍ରଥମଥର ପାଇଁ ଜଣେ ଆଦିବାସୀ ମହିଳାରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି । ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ପ୍ରକୃତରେ ଓଡ଼ିଶାବାସୀଙ୍କ ପାଇଁ ଗର୍ବର ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ସନ୍ଧ୍ୟାରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ସାମ୍ୱାଦିକ ସମ୍ମିଳନୀ କରି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାଁ ଆନୁଷ୍ଠାନିକ ଭାବେ ଘୋଷଣା କରିଥିଲେ। […]

ଭୁବନେଶ୍ବର : ଓଡ଼ିଶାର ଦ୍ରୌପଦୀ ମୁର୍ମୁ ହୋଇଛନ୍ତି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ। ପ୍ରଥମଥର ପାଇଁ ଜଣେ ଆଦିବାସୀ ମହିଳାରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି । ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ପ୍ରକୃତରେ ଓଡ଼ିଶାବାସୀଙ୍କ ପାଇଁ ଗର୍ବର ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜି ସନ୍ଧ୍ୟାରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ସାମ୍ୱାଦିକ ସମ୍ମିଳନୀ କରି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାଁ ଆନୁଷ୍ଠାନିକ ଭାବେ ଘୋଷଣା କରିଥିଲେ। ଦୀର୍ଘ ସମୟ ଧରି ଚାଲିଥିବା ବିଜେପିର ସଂସଦୀୟ ବୈଠକରେ ସର୍ବସମ୍ମତିରେ ଦ୍ରୌପଦୀ ମୁର୍ମୁଙ୍କ ନାଁ ଫାଇନାଲ କରାଯାଇଥିଲା।


ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜଣେ ଓଡ଼ିଆଙ୍କୁ ଘୋଷଣା କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହ ଟ୍ବିଟ କରି କହିଛନ୍ତି ‘ ଏନଡିଏର ରାଷ୍ଟ୍ରପତି ହୋଇଥିବାରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ୍‌ ସେ ଏ ବାବଦର ମୋ ସହ ଆଲୋଚନା କରିଥିଲେ। ସେତେବେଳେ ମଧ୍ୟ ମୁଁ ଆନନ୍ଦିତ ହୋଇଥିଲି। ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବ ଓଡ଼ିଶା ପାଇଁ ଏକ ଗର୍ବର ବିଷୟ । ଦେଶରେ ମହିଳା ସଶକ୍ତିକରଣ ପାଇଁ ଶ୍ରୀମତୀ ମୁର୍ମୁ ଉଜ୍ଜ୍ୱଳ ଉଦାହରଣ ହେବେ ବୋଲି ମୋର ଆଶା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

About The Author: The Sakala