ବିଂଶ ଶତାବ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କ ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ପ୍ରେରଣା ଯୋଗାଇବ : ମୁଖ୍ୟମନ୍ତ୍ରୀ

The Sakala Picture
Published On

କଟକ : ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତୀ ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତୀ ବା Statue of Humanity ନାମରେ ନାମିତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରବାଟୀ ଷ୍ଟାଡିୟମ […]

କଟକ : ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତୀ ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତୀ ବା Statue of Humanity ନାମରେ ନାମିତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

ଆହୁରି ପଢ଼ନ୍ତୁ: ସିସୋର ଚିଟଫଣ୍ଡ ମାମଲା: ୧୭ଟି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଉପରେ ଜବାବ ରଖିବାକୁ ସିବିଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରବାଟୀ ଷ୍ଟାଡିୟମ ସମ୍ମୁଖରେ ପ୍ରତିଷ୍ଠା ହୋଇଥିବା ଗୋପବନ୍ଧୁଙ୍କ ମୂର୍ତ୍ତିକୁ ଅନାବରଣ କରି କହିଥିଲେ ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତ୍ତୀ ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ ।

ଆହୁରି ପଢ଼ନ୍ତୁ: ୨୦୨୮ରେ ୧୫୮ତମ ବାର୍ ଆସୋସିଏସନ୍ ନିର୍ବାଚନ: ମତାଧିକାର ସାବ୍ୟସ୍ତ କରିବେ ୩୮ ହଜାରରୁ ଅଧିକ ଭୋଟର

ଏଥି ସହିତ କଟକ ବେଲଭ୍ୟୁ ଠାରେ ନବନିର୍ମିତ ପାର୍କରେ ମହାତ୍ମା ଗାନ୍ଧୀଙ୍କ କଟକ ଆଗମନର ଶତବାର୍ଷିକୀ ସ୍ମାରକୀ ବ୍ରୋଞ୍ଜ ୱାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି । ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ ।

ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ବକୁ ଭାରତର ଶ୍ରେଷ୍ଠ ଅବଦାନ। ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ବକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି । ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ। ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ  ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ମନ୍ତ୍ରୀ ପ୍ରତାପ ଜେନା, ସାଂସଦ ଭତୃହରି ମହତାବ, ରାଜ୍ୟସଭା ସାଂସଦ  ସୁବାସ ସିଂହ, କଟକ ଜିଲ୍ଲାର ବିଧାୟକମାନେ ଉପସ୍ଥିତ ଥିଲେ।

01 Apr 2021 By The Sakala

ବିଂଶ ଶତାବ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କ ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ପ୍ରେରଣା ଯୋଗାଇବ : ମୁଖ୍ୟମନ୍ତ୍ରୀ

କଟକ : ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତୀ ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତୀ ବା Statue of Humanity ନାମରେ ନାମିତ କରାଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରବାଟୀ ଷ୍ଟାଡିୟମ ସମ୍ମୁଖରେ ପ୍ରତିଷ୍ଠା ହୋଇଥିବା ଗୋପବନ୍ଧୁଙ୍କ ମୂର୍ତ୍ତିକୁ ଅନାବରଣ କରି କହିଥିଲେ ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତ୍ତୀ ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ ।

ଏଥି ସହିତ କଟକ ବେଲଭ୍ୟୁ ଠାରେ ନବନିର୍ମିତ ପାର୍କରେ ମହାତ୍ମା ଗାନ୍ଧୀଙ୍କ କଟକ ଆଗମନର ଶତବାର୍ଷିକୀ ସ୍ମାରକୀ ବ୍ରୋଞ୍ଜ ୱାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି । ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ ।

ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ବକୁ ଭାରତର ଶ୍ରେଷ୍ଠ ଅବଦାନ। ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ବକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି । ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ। ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ  ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ମନ୍ତ୍ରୀ ପ୍ରତାପ ଜେନା, ସାଂସଦ ଭତୃହରି ମହତାବ, ରାଜ୍ୟସଭା ସାଂସଦ  ସୁବାସ ସିଂହ, କଟକ ଜିଲ୍ଲାର ବିଧାୟକମାନେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର