୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହି ସମୟରେ ଓଡ଼ିଶା ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଦାବି କେନ୍ଦ୍ର ପାଖରେ ଦୋହରାଇବେ। ଦିଲ୍ଲୀ ରହଣୀ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା ସମ୍ଭାବନା ରହିଛି। କେନ୍ଦ୍ରକୁ ବିଭିନ୍ନ ଯୋଜନାରେ ବକେୟା ଅର୍ଥ ଓଡ଼ିଶାକୁ ତୁରନ୍ତ ଦେବାକୁ ଦାବି କରିବେ। ରାଜ୍ୟର ନ୍ୟାର୍ଯ୍ୟ ଦାବି ଉପସ୍ଥାପନ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ […]

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହି ସମୟରେ ଓଡ଼ିଶା ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଦାବି କେନ୍ଦ୍ର ପାଖରେ ଦୋହରାଇବେ। ଦିଲ୍ଲୀ ରହଣୀ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା ସମ୍ଭାବନା ରହିଛି। କେନ୍ଦ୍ରକୁ ବିଭିନ୍ନ ଯୋଜନାରେ ବକେୟା ଅର୍ଥ ଓଡ଼ିଶାକୁ ତୁରନ୍ତ ଦେବାକୁ ଦାବି କରିବେ। ରାଜ୍ୟର ନ୍ୟାର୍ଯ୍ୟ ଦାବି ଉପସ୍ଥାପନ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ବିଜେଡି କହିଛି। ଲଗାତର କେନ୍ଦ୍ର ସରକାର ଓଡ଼ିଶା ପ୍ରତି ବିଭିନ୍ନ କ୍ଷେତ୍ରରେ ଅବହେଳା କରିବା ରାଜ୍ୟ ବିକାଶରେ ବାଧକ ସାଜିଛି। ଏସବୁ ପ୍ରସଙ୍ଗକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଦରବାରରେ ଉଠାଇ ରାଜ୍ୟ ପାଇଁ ହକ୍ ମାଗିବେ। ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଓଡ଼ିଶା ଫେରିବେ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

10 May 2023 By The Sakala

୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହି ସମୟରେ ଓଡ଼ିଶା ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଦାବି କେନ୍ଦ୍ର ପାଖରେ ଦୋହରାଇବେ। ଦିଲ୍ଲୀ ରହଣୀ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା ସମ୍ଭାବନା ରହିଛି। କେନ୍ଦ୍ରକୁ ବିଭିନ୍ନ ଯୋଜନାରେ ବକେୟା ଅର୍ଥ ଓଡ଼ିଶାକୁ ତୁରନ୍ତ ଦେବାକୁ ଦାବି କରିବେ। ରାଜ୍ୟର ନ୍ୟାର୍ଯ୍ୟ ଦାବି ଉପସ୍ଥାପନ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ବିଜେଡି କହିଛି। ଲଗାତର କେନ୍ଦ୍ର ସରକାର ଓଡ଼ିଶା ପ୍ରତି ବିଭିନ୍ନ କ୍ଷେତ୍ରରେ ଅବହେଳା କରିବା ରାଜ୍ୟ ବିକାଶରେ ବାଧକ ସାଜିଛି। ଏସବୁ ପ୍ରସଙ୍ଗକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଦରବାରରେ ଉଠାଇ ରାଜ୍ୟ ପାଇଁ ହକ୍ ମାଗିବେ। ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଓଡ଼ିଶା ଫେରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର