ବିଶ୍ବ ପିତୃ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ଯୋଜନା: ବାପା, ମା’ ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ଶିଶୁମାନଙ୍କ ପାଇଁ ‘ଆଶୀର୍ବାଦ’ ଯୋଜନା

The Sakala Picture
Published On

ଭୁବନେଶ୍ୱର: ଗତ ଅପ୍ରେଲ ପହିଲା ୨୦୨୦ମସିହା ବା ତା ପରେ ଉଭୟ ବାପା, ମା’ ବା ପରିବାରର ମୁଖ୍ୟ ଉପାର୍ଜନ କାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିଷା ଦୀକ୍ଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ନୂଆ ଯୋଜନା। ‘ଆଶୀର୍ବାଦ’ ଘୋଷଣା କରିଛନ୍ତି । ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି ।  ବାପା, ମା’ ଉଭୟଙ୍କୁ ହରାଇ ଥିବା ପିଲା,  single parentଙ୍କୁ ହରାଇ ଥିବା ପିଲା ଏବଂ […]

ଭୁବନେଶ୍ୱର: ଗତ ଅପ୍ରେଲ ପହିଲା ୨୦୨୦ମସିହା ବା ତା ପରେ ଉଭୟ ବାପା, ମା’ ବା ପରିବାରର ମୁଖ୍ୟ ଉପାର୍ଜନ କାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିଷା ଦୀକ୍ଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ନୂଆ ଯୋଜନା। ‘ଆଶୀର୍ବାଦ’ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଲୋକ ଭବନରେ ୨ ଆଇଆର୍‌ଏସ୍‌ ଅଧିକାରୀଙ୍କ ଉପରେ ଦୁର୍ବ୍ୟବହାର ଘଟଣା, ନିନ୍ଦା କଲା ବିଜେଡି

ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି ।  ବାପା, ମା’ ଉଭୟଙ୍କୁ ହରାଇ ଥିବା ପିଲା,  single parentଙ୍କୁ ହରାଇ ଥିବା ପିଲା ଏବଂ ଉପାର୍ଜନ କାରୀ ବାପା ବାପା ମାଆଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲା। ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ କଳା ପତାକା ସହ ବାଙ୍କୀରେ ଜୋରଦାର ବିରୋଧ ପ୍ରଦର୍ଶନ

ଆଶୀର୍ବାଦ ଯୋଜନା ଅନୁଯାୟୀ ବାପା ମାଆ ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ଓ ସ୍ବାସ୍ଥ୍ୟ ପାଇଁ ମାସିକ ୨୫୦୦ଟଙ୍କା  ଜମା କରାଯିବ । ପିଲାଙ୍କୁ ୧୮ବର୍ଷ ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲାକୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆ ଯିବ ନାହିଁ ।

ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ । ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ।

ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ। ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୂଥାନ୍ତି ,ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ। ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ ,କେନ୍ଦୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟ ରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ।

ପିଲାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ଚାହିବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ ଜିଲ୍ଲା ପାଳ ସହଯୋଗ ଯୋଗାଇ ଦେବେ । ଉଚ୍ଚ ଶିଷା ପାଇଁ ପିଲାକୁ ରାଜ୍ୟ ସରକାରଙ୍କ Green passage ଯୋଜନାରେ ସହଯୋଗ ଯୋଗାଇ ଦିଆଯିବ ।

ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳକୁ ଦୃଷ୍ଟିରେ ରଖି ତାଙ୍କୁ out of turnରେ ଘର ମଞ୍ଜୁର କରାଯିବ ।

ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ , out of turn ରେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ । ପିଲାଙ୍କ ସମ୍ପତ୍ତିର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ ।

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲାର ଦାୟିତ୍ୱ ନେଇଥିବା ଆତ୍ମୀୟ ଙ୍କ ସହ ନିୟମିତ ଯୋଗାଯୋଗ ରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖବେ । ବିଜୁ ଶିଶୁ ସୁରକ୍ଷା ଯୋଜନା ଓ juvenile justice fund ରୁ ଆବଶ୍ୟକ ସ୍ଥଳେ ଏ ପିଲା ମାନଙ୍କୁ ସହାୟତା ମିଳିପାରିବ ।

ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟ ଙ୍କ ପାଖରେ ନ ରହି କୋୖଣସି child care institution ରେ ରୁହନ୍ତି ତେବେ ସେ ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକହଜାର ଟଙ୍କା recurring deposit ଭାବରେ ପ୍ରତି ମାସ ରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ଜମା କରାଯିବ । ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ ।

ପିଲାର ଶିଷା ସ୍ଵାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥା ଉପର ବର୍ଣ୍ଣିତ ଵ୍ୟଵସ୍ଥା ଅନୁଯାୟୀ କରିଯିବ। ଯେଉଁ ଷେତ୍ର ରେ ପିଲାର ରୋଜଗାର କରୁଥିବା ବାପା ବା ମାଆଙ୍କ ମୃତ୍ୟୁ ଘଟିଥିବ ଏବଂ ସେ ବଞ୍ଚି ରହିଥିବା ବାପା ବା ମା ପାଖରେ ରହୁଥିବ ସେ ଷେତ୍ରରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ତାର ଭରଣପୋଷଣ ପାଇଁ ବଞ୍ଚି ଥିବା ମା ବା ବାପା କିମ୍ବା ପିଲା  ବ୍ୟାଙ୍କ ଖାତାରେ ମାସିକ ପନ୍ଦର ଶହ ଟଙ୍କା ଜମା କରାଯିବ ।

ପିଲାକୁ ଯଦି କେହି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରନ୍ତି ସେ ଷେତ୍ର ରେ ଆଉ ସହାୟତା ମିଳିବ ନାହିଁ । ପିଲାର ମାଆ ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞୁର କରାଯିବ। ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧା ମଧ୍ୟ ମିଳିବ।

ଏହାବ୍ୟତୀତ ମାଗଣା ଶିଷା ସ୍ଵାସ୍ଥ୍ୟ ଵୀମା ଆଦି ଉପର ବର୍ଣ୍ଣିତ ସମସ୍ତ ସୁବିଧା ପିଲାକୁ ମିଳିବ । District child protection unit ,childline ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି frontline worker civil society ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେ।

ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ମାନେ ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହ DCPUକଙ୍କୁ ଆବେଦନ କରିପାରିବେ ।
ଅସମୟରେ ବାପା ମା ଙ୍କୁ ହରାଇ ଥିବା ଜଣେ ବି ଅସହାୟ ଶିଶୁ ଯେପରି ଏ ଯୋଜନା ରୁ ବାଦ୍ ନ ପଡେ ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ ସ୍ପେଶାଲ ଡ୍ରାଇଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

20 Jun 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର