ଓଡ଼ିଆ ଜାତିର ସବୁଠୁ ବଡ ପରିଚୟ ଶ୍ରୀଜଗନ୍ନାଥ, ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ସୁଯୋଗ ପାଇବା ଆମ ପାଇଁ ସୌଭାଗ୍ୟ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ଆଜି ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପରେ ସଂକଳ୍ପ ପ୍ରସ୍ତାବ ଆଣିବା ପରେ ତାହା ସର୍ବସମ୍ମତିକ୍ରମେ ବିଧାନସଭାରେ ପାରିତ ହୋଇଛି। ଏହି ସଂକଳ୍ପ ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ଜାତିର ସବୁଠାରୁ ବଡ ପରିଚୟ ହେଉଛନ୍ତି ଶ୍ରୀଜଗନ୍ନାଥ । ଆମ ଇତିହାସ, ସଂସ୍କୃତି, ପରମ୍ପରା ଓ ଆମ ବିଶ୍ୱାସ ସବୁ କିଛି ମହାପ୍ରଭୁଙ୍କୁ କେନ୍ଦ୍ର କରି ଗଢି ଉଠିଛି […]

ଭୁବନେଶ୍ବର : ଆଜି ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପରେ ସଂକଳ୍ପ ପ୍ରସ୍ତାବ ଆଣିବା ପରେ ତାହା ସର୍ବସମ୍ମତିକ୍ରମେ ବିଧାନସଭାରେ ପାରିତ ହୋଇଛି। ଏହି ସଂକଳ୍ପ ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ଜାତିର ସବୁଠାରୁ ବଡ ପରିଚୟ ହେଉଛନ୍ତି ଶ୍ରୀଜଗନ୍ନାଥ । ଆମ ଇତିହାସ, ସଂସ୍କୃତି, ପରମ୍ପରା ଓ ଆମ ବିଶ୍ୱାସ ସବୁ କିଛି ମହାପ୍ରଭୁଙ୍କୁ କେନ୍ଦ୍ର କରି ଗଢି ଉଠିଛି । ସେ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରତୀକ । ଆମର ସୌଭାଗ୍ୟ ଯେ ଆମ ସମୟରେ ହିଁ ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ସେ ଆମକୁ ସୁଯୋଗ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତିରେ କହିଛନ୍ତି ଯେ, ଐତିହ୍ୟ କରିଡର ବିକାଶ ପାଇଁ ଶ୍ରୀମନ୍ଦିର ପରିକ୍ରମା ଯୋଜନା କରାଯାଇଛି। ଶ୍ରୀମନ୍ଦିରର ନିରାପତ୍ତା, ଭକ୍ତଙ୍କ ନିରାପତ୍ତା, ଭକ୍ତଙ୍କ ପାଇଁ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ପାଇଁ ଏଥିରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିର ପରିକ୍ରମା ଯୋଜନା ପ୍ରସ୍ତୁତି ଲାଗି ଗଜପତି ମହାରାଜା ଦିବ୍ୟସିଂହ ଦେବ, ପଦ୍ମଭୂଷଣ ରଘୁନାଥ ମହାପାତ୍ର ଓ ଗବେଷକ ଡ.ସୁବାସ ପାଣିଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାଛଡ଼ା ସେ ଏହି ଯୋଜନା କାର୍ଯ୍ୟକାରୀ ହେବାରେ ସହଯୋଗ କରୁଥିବାରୁ ଶ୍ରୀମନ୍ଦିରର ସେବାୟତ ଓ ପୁରୀ ଜନସାଧାରଣଙ୍କୁ ଧନ୍ୟବାଦ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦ୍ରରେ ଡିଜି ପାହ୍ୟା ପଦବୀ ପାଇଁ ଓଡ଼ିଶା କ୍ୟାଡରର ୨ ଆଇପିଏସ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଏବଂ ପଦ୍ମାକର ଏସ୍ ମନୋନୀତ

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସୁଥିବା ସବୁ ଭକ୍ତ/ ତଥା ଜଗନ୍ନାଥ ପ୍ରେମୀ ସମସ୍ତଙ୍କ ହୃଦୟରେ ଗୋଟିଏ ଇଚ୍ଛା ଥାଏ ଯେ ସେମାନେ କିପରି ଏକ ଶାନ୍ତ, ସୁନ୍ଦର ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଜଗନ୍ନାଥ ମନ୍ଦିରକୁ ଜୀବନକାଳ ମଧ୍ୟରେ ଥରୁଟିଏ ଆସିବା ଏବଂ ମହାପ୍ରଭୁଙ୍କ ଟିକିଏ ଝଲକ ପାଇବା ହେଉଛି ଲକ୍ଷ ଲକ୍ଷ ଭକ୍ତଙ୍କର ଜୀବନର ଏକମାତ୍ର ପ୍ରାର୍ଥନା। ସବୁ ଭକ୍ତ ଯେଭଳି ଏକ ଦିବ୍ୟ ଅନୁଭବ ନେଇ ଫେରିବେ ତାହା ଆମ ସମସ୍ତଙ୍କର ଦାୟୀତ୍ୱ ।

ଗଜପତି ମହାରାଜାଙ୍କ ନେତୃତ୍ୱରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଭିନ୍ନ ବରିଷ୍ଠ ବ୍ୟକ୍ତିବିଶେଷ ଏବଂ ଗଜପତି ମହାରାଜଙ୍କ  ସହିତ ବହୁବାର ଆଲୋଚନା ପରେ ଶ୍ରୀମନ୍ଦିର ଶ୍ରୀମନ୍ଦିର ପରିକ୍ରମା ଯୋଜନା ପ୍ରସ୍ତୁତ କରାଯାଇଛି । ଏହି ମହାନ କାର୍ଯ୍ୟରେ ସହଯୋଗ ପାଇଁ ଗଜପତି ମହାରାଜାଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଏହି ଯୋଜନାକୁ ଆଗେଇ ନେବା ପାଇଁ ସେବାୟତ ତଥା ପୁରୀର ଜନସାଧାରଣଙ୍କୁ ସେମାନଙ୍କ ସହଯୋଗ ପାଇଁ  ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଉଛି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଓଡ଼ିଆ ସ୍ୱାଭିମାନ ପାଇଁ ଯେଉଁ ମହାପ୍ରଭୁ ଦିନେ କାଞ୍ଚି ଅଭିଯାନରେ ବାହାରିଥିଲେ, ଭକ୍ତର ମାନ ରକ୍ଷା ପାଇଁ ଯେଉଁ ମହାପ୍ରଭୁ ନନ୍ଦିଘୋଷ ଛାଡ଼ି ବାଲି ରଥରେ ବିଜେ କରିଥିଲେ, ସେ କାଳିଆ ଠାକୁର ଜଗନ୍ନାଥଙ୍କ ସେବାରେ, ତାଙ୍କ ଧାମର ବିକାଶରେ ଆମେ ଯଦି କିଛି ବି ଅବଦାନ ରଖିପାରିବା, ତେବେ ଜଣେ ଓଡ଼ିଆ ଭାବରେ ଏହା ହେବ ଆମର ଶ୍ରେଷ୍ଠ ସୌଭାଗ୍ୟ।

ଗତ ୧୫ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୭୫ ମିଟର ସୁରକ୍ଷା କରିଡରରେ ହେବାକୁ ଥିବା ଉନ୍ନତିମୂଳକ କାମକୁ ଅନୁମୋଦନ କରାଯାଇଥିଲା। ଏହି କାର୍ଯ୍ୟର ନକ୍ସାକୁ ମହାପ୍ରଭୁଙ୍କ ନିକଟରେ ଲାଗି କରାଯାଇଥିଲା। ଯାହାପରେ ଗଜପତି ଦିବ୍ୟସିଂହ ଦେବ ନକ୍ସାକୁ ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲଙ୍କୁ ପ୍ରଦାନ କରିଥିଲେ।ସୂଚନାଯୋଗ୍ୟ, ପୁରୀ ଐତିହ୍ୟ କ୍ଷେତ୍ର ବିକାଶ ଯୋଜନାରେ ଶ୍ରୀମନ୍ଦିର ଓ ଏହାର ଚତୁଃପାର୍ଶ୍ୱର ରୂପାନ୍ତରଣ କାର୍ଯ୍ୟ ଚାଲୁ ରହିଛି। ମହାବାତ୍ୟା ଫନି ପରେ ଆରମ୍ଭ ହୋଇଥିବା ଏହି ବିକାଶ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି।

27 Feb 2021 By The Sakala

ଓଡ଼ିଆ ଜାତିର ସବୁଠୁ ବଡ ପରିଚୟ ଶ୍ରୀଜଗନ୍ନାଥ, ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ସୁଯୋଗ ପାଇବା ଆମ ପାଇଁ ସୌଭାଗ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପରେ ସଂକଳ୍ପ ପ୍ରସ୍ତାବ ଆଣିବା ପରେ ତାହା ସର୍ବସମ୍ମତିକ୍ରମେ ବିଧାନସଭାରେ ପାରିତ ହୋଇଛି। ଏହି ସଂକଳ୍ପ ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ଜାତିର ସବୁଠାରୁ ବଡ ପରିଚୟ ହେଉଛନ୍ତି ଶ୍ରୀଜଗନ୍ନାଥ । ଆମ ଇତିହାସ, ସଂସ୍କୃତି, ପରମ୍ପରା ଓ ଆମ ବିଶ୍ୱାସ ସବୁ କିଛି ମହାପ୍ରଭୁଙ୍କୁ କେନ୍ଦ୍ର କରି ଗଢି ଉଠିଛି । ସେ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରତୀକ । ଆମର ସୌଭାଗ୍ୟ ଯେ ଆମ ସମୟରେ ହିଁ ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ସେ ଆମକୁ ସୁଯୋଗ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତିରେ କହିଛନ୍ତି ଯେ, ଐତିହ୍ୟ କରିଡର ବିକାଶ ପାଇଁ ଶ୍ରୀମନ୍ଦିର ପରିକ୍ରମା ଯୋଜନା କରାଯାଇଛି। ଶ୍ରୀମନ୍ଦିରର ନିରାପତ୍ତା, ଭକ୍ତଙ୍କ ନିରାପତ୍ତା, ଭକ୍ତଙ୍କ ପାଇଁ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ପାଇଁ ଏଥିରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିର ପରିକ୍ରମା ଯୋଜନା ପ୍ରସ୍ତୁତି ଲାଗି ଗଜପତି ମହାରାଜା ଦିବ୍ୟସିଂହ ଦେବ, ପଦ୍ମଭୂଷଣ ରଘୁନାଥ ମହାପାତ୍ର ଓ ଗବେଷକ ଡ.ସୁବାସ ପାଣିଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାଛଡ଼ା ସେ ଏହି ଯୋଜନା କାର୍ଯ୍ୟକାରୀ ହେବାରେ ସହଯୋଗ କରୁଥିବାରୁ ଶ୍ରୀମନ୍ଦିରର ସେବାୟତ ଓ ପୁରୀ ଜନସାଧାରଣଙ୍କୁ ଧନ୍ୟବାଦ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସୁଥିବା ସବୁ ଭକ୍ତ/ ତଥା ଜଗନ୍ନାଥ ପ୍ରେମୀ ସମସ୍ତଙ୍କ ହୃଦୟରେ ଗୋଟିଏ ଇଚ୍ଛା ଥାଏ ଯେ ସେମାନେ କିପରି ଏକ ଶାନ୍ତ, ସୁନ୍ଦର ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଜଗନ୍ନାଥ ମନ୍ଦିରକୁ ଜୀବନକାଳ ମଧ୍ୟରେ ଥରୁଟିଏ ଆସିବା ଏବଂ ମହାପ୍ରଭୁଙ୍କ ଟିକିଏ ଝଲକ ପାଇବା ହେଉଛି ଲକ୍ଷ ଲକ୍ଷ ଭକ୍ତଙ୍କର ଜୀବନର ଏକମାତ୍ର ପ୍ରାର୍ଥନା। ସବୁ ଭକ୍ତ ଯେଭଳି ଏକ ଦିବ୍ୟ ଅନୁଭବ ନେଇ ଫେରିବେ ତାହା ଆମ ସମସ୍ତଙ୍କର ଦାୟୀତ୍ୱ ।

ଗଜପତି ମହାରାଜାଙ୍କ ନେତୃତ୍ୱରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଭିନ୍ନ ବରିଷ୍ଠ ବ୍ୟକ୍ତିବିଶେଷ ଏବଂ ଗଜପତି ମହାରାଜଙ୍କ  ସହିତ ବହୁବାର ଆଲୋଚନା ପରେ ଶ୍ରୀମନ୍ଦିର ଶ୍ରୀମନ୍ଦିର ପରିକ୍ରମା ଯୋଜନା ପ୍ରସ୍ତୁତ କରାଯାଇଛି । ଏହି ମହାନ କାର୍ଯ୍ୟରେ ସହଯୋଗ ପାଇଁ ଗଜପତି ମହାରାଜାଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଏହି ଯୋଜନାକୁ ଆଗେଇ ନେବା ପାଇଁ ସେବାୟତ ତଥା ପୁରୀର ଜନସାଧାରଣଙ୍କୁ ସେମାନଙ୍କ ସହଯୋଗ ପାଇଁ  ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଉଛି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଓଡ଼ିଆ ସ୍ୱାଭିମାନ ପାଇଁ ଯେଉଁ ମହାପ୍ରଭୁ ଦିନେ କାଞ୍ଚି ଅଭିଯାନରେ ବାହାରିଥିଲେ, ଭକ୍ତର ମାନ ରକ୍ଷା ପାଇଁ ଯେଉଁ ମହାପ୍ରଭୁ ନନ୍ଦିଘୋଷ ଛାଡ଼ି ବାଲି ରଥରେ ବିଜେ କରିଥିଲେ, ସେ କାଳିଆ ଠାକୁର ଜଗନ୍ନାଥଙ୍କ ସେବାରେ, ତାଙ୍କ ଧାମର ବିକାଶରେ ଆମେ ଯଦି କିଛି ବି ଅବଦାନ ରଖିପାରିବା, ତେବେ ଜଣେ ଓଡ଼ିଆ ଭାବରେ ଏହା ହେବ ଆମର ଶ୍ରେଷ୍ଠ ସୌଭାଗ୍ୟ।

ଗତ ୧୫ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୭୫ ମିଟର ସୁରକ୍ଷା କରିଡରରେ ହେବାକୁ ଥିବା ଉନ୍ନତିମୂଳକ କାମକୁ ଅନୁମୋଦନ କରାଯାଇଥିଲା। ଏହି କାର୍ଯ୍ୟର ନକ୍ସାକୁ ମହାପ୍ରଭୁଙ୍କ ନିକଟରେ ଲାଗି କରାଯାଇଥିଲା। ଯାହାପରେ ଗଜପତି ଦିବ୍ୟସିଂହ ଦେବ ନକ୍ସାକୁ ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲଙ୍କୁ ପ୍ରଦାନ କରିଥିଲେ।ସୂଚନାଯୋଗ୍ୟ, ପୁରୀ ଐତିହ୍ୟ କ୍ଷେତ୍ର ବିକାଶ ଯୋଜନାରେ ଶ୍ରୀମନ୍ଦିର ଓ ଏହାର ଚତୁଃପାର୍ଶ୍ୱର ରୂପାନ୍ତରଣ କାର୍ଯ୍ୟ ଚାଲୁ ରହିଛି। ମହାବାତ୍ୟା ଫନି ପରେ ଆରମ୍ଭ ହୋଇଥିବା ଏହି ବିକାଶ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର