କୋଭିଡ୍ ସ୍ଥିତି ମସୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ଯୋଜନାବଦ୍ଧ ଭାବେ କାମ କରିବାକୁ ଜିଲ୍ଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୃଢ଼ ମୁକାବିଲା ପାଇଁ ଯୋଜନାବଦ୍ଧ ଭାବେ କାମ କରିବାକୁ ଜିଲ୍ଲାପାଳ ଏବଂ ଏସପିଙ୍କୁ ନିର୍ଦ୍ଦେଶ। ମୁଖ୍ୟ ଶାସନ ସଚିବ ଏସବୁ କାର୍ଯ୍ଯର ତଦାରଖ କରି ପରବର୍ତ୍ତୀ ବୈଠକରେ ଜଣାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସ୍ଥିତିରେ କିଛି ବ୍ୟବସାୟୀ ସଙ୍ଗଠନ ବାଣିଜ୍ୟ ସମୟସୀମା ହ୍ରାସ କରି କୋଭିଡ ପରିଚାଳନାରେ ସହଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି। ଏହିଭଳି ସଂଗଠନଗୁଡ଼ିକୁ କୋଭିଡ ପରିଚାଳନାରେ ଅଂଶୀଦାର […]

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୃଢ଼ ମୁକାବିଲା ପାଇଁ ଯୋଜନାବଦ୍ଧ ଭାବେ କାମ କରିବାକୁ ଜିଲ୍ଲାପାଳ ଏବଂ ଏସପିଙ୍କୁ ନିର୍ଦ୍ଦେଶ। ମୁଖ୍ୟ ଶାସନ ସଚିବ ଏସବୁ କାର୍ଯ୍ଯର ତଦାରଖ କରି ପରବର୍ତ୍ତୀ ବୈଠକରେ ଜଣାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସ୍ଥିତିରେ କିଛି ବ୍ୟବସାୟୀ ସଙ୍ଗଠନ ବାଣିଜ୍ୟ ସମୟସୀମା ହ୍ରାସ କରି କୋଭିଡ ପରିଚାଳନାରେ ସହଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି। ଏହିଭଳି ସଂଗଠନଗୁଡ଼ିକୁ କୋଭିଡ ପରିଚାଳନାରେ ଅଂଶୀଦାର କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଲୋକଙ୍କ ଜୀବନ ରକ୍ଷା ପାଇଁ ପର୍ୟ୍ୟାପ୍ତ ଔଷଧ, ଅମ୍ଳଜାନ ଠିକ ସମୟରେ ଯୋଗାଇଦେବା ସହ ଏହାର ସୁବନ୍ଦୋବସ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। କରୋନାର ଦ୍ଵିତୀୟ ଲହରୀକୁ ପ୍ରତିହତ କରିବାକୁ କୋଭିଡ ନିୟମର କଡ଼ା ଅନୁପାଳନ ସହ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ପ୍ରତିଟି ବହୁମୂଲ୍ୟ ଜୀବନର ସୁରକ୍ଷା ପାଇଁ ଆମ ଡାକ୍ତର, ମେଡ଼ିକାଲ କର୍ମଚାରୀମାନେ ଉତ୍ସର୍ଗୀକୃତ କାର୍ୟ୍ୟ କରୁଛନ୍ତି। ସେମାନଙ୍କ ନିଷ୍ଠାପର ସେବାକୁ ସମ୍ମାନ ଜଣାଇବା ସହ କୋଭିଡ ଯୁଦ୍ଧକୁ ଆହୁରି ଦୃଢ଼ କରିବାକୁ ମାସ୍କ ପରିଧାନ, ସାମାଜିକ ଦୂରତା ରକ୍ଷା ସହ ଏକ ସଚେତନ ନାଗରିକର ଦାୟିତ୍ୱ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି। ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଯେପରି ଚାପ କମ୍‌ ରହିବ, ସେଥିପାଇଁ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ କାମ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସଂକ୍ରମଣ ସଂଖ୍ୟା ବୃଦ୍ଧି ସତ୍ତ୍ବେ ଆମେ ନିରନ୍ତର ଭାବେ ସେବା କରିଚାଲିଛୁ। କିନ୍ତୁ କେତେକ ଜିଲ୍ଲାରେ ସଂକ୍ରମଣର ସ୍ଥିତି ଆମ ପାଇଁ ଉଦ୍ ବେଗ ସୃଷ୍ଟି କରିଛି। ଭାଇରସ୍‌ର ଡବଲ ଓ ଟ୍ରିପଲ ମ୍ୟୁଟାଣ୍ଟ ଦ୍ରୁତ ଗତିରେ ବ୍ୟାପୁଛି। ଏହି ଦ୍ବିତୀୟ ଲହରରେ ଆମର ଯୁବଗୋଷ୍ଠୀ ବିଶେଷ ଭାବରେ ସଂକ୍ରମିତ ହେଉଛନ୍ତି। କେତେକ କ୍ଷେତ୍ରରେ ସେମାନଙ୍କ ସ୍ବାସ୍ଥ୍ୟ ଜଟିଳତା ଦେଖା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଛନ୍ତି ।

ଏପରି ସ୍ଥିତିରେ ପ୍ରାକୃତିକ ବିପର୍ଯ୍ଯୟର ସଫଳ ମୁକାବିଲା ପରି ସବୁଠାରୁ ଖରାପ ପରିସ୍ଥିତିକୁ ସାମ୍‌ନା କରିବା ପାଇଁ ଆମେ ପ୍ରସ୍ତୁତ ରହିବା ଦରକାର ବୋଲି ନବୀନ ଅପିଲ କରିଛନ୍ତି। ଏଥିପାଇଁ ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ ନିୟମାବଳୀକୁ ଠିକ୍‌ ଭାବରେ ପାଳନ କରିବା, ତେବେ କୋଭିଡର ପରାଜୟ ସୁନିଶ୍ଚିତ। ସବୁବେଳେ ଠିକ୍‌ ଭାବରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ହାତ ଧୋଇବା ଆଦି କୋଭିଡ ନିୟମାବଳୀର ସଠିକ୍‌ ଅନୁପାଳନ ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ୩୦ ପ୍ରତିଶତ ଶଯ୍ୟାରେ ଅକ୍‌ସିଜେନ ବ୍ୟବସ୍ଥା କରାଯାଇଛି ଏବଂ ଏହାକୁ ୩୫ ପ୍ରତିଶତକୁ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ବେଡ୍‌ ପରିଚାଳନା ଲାଗି ଅନ୍‌ଲାଇନ ରିଅଲ ଟାଇମ୍‌ ମେଡ୍‌ ମ୍ୟାନେଜମେଣ୍ଟ ସାଇଟ କାର୍ୟ୍ୟକାରୀ କରାଯିବା ନେଇ ସେ ଗୁରୁତ୍ବ ଦେଇଛନ୍ତି।

27 Apr 2021 By The Sakala

https://www.thesakala.in/latest-odisha-news/chief-minister-naveen-patnaik-reviewed-the-covid-situation/article-1861
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର