ଆସନ୍ତା ୧୦ ଦିନ ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ କୋଭିଡ ହସ୍‌ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରଙ୍ଗ ପସରାରେ ରଙ୍ଗୀନ ସହରର ଗଳିକନ୍ଦି; ପିଲାଙ୍କ ମନ ମୋହୁଛି ଆକର୍ଷଣୀୟ ମୁଖା

ଜନସାଧାରଣଙ୍କ ଟୀକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟୀକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ। ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି: ଇରାନ ଓ ଇସ୍ରାଏଲ ଆକାଶପଥ ବନ୍ଦ, ମଝି ଆକାଶରୁ ଫେରିଲା ଏୟାର ଇଣ୍ଡିଆ ବିମାନ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ଦେଶରେ ଓମିକ୍ରନ୍‌ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ। ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ ।ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବାପାଇଁ ନିଷ୍ପତ୍ତି ହୋଇଥିଲା ବୋଲି ପ୍ରକାଶ କରି ଏଗୁଡିକର କାର୍ଯ୍ୟାନ୍ବୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ମାଓ ଦମନରେ ବଡ଼ ସଫଳତା: ବଲାଙ୍ଗୀର ଓ ବରଗଡ଼ ଜିଲ୍ଲା ମାଓମୁକ୍ତ ଘୋଷିତ

ଗତ ଲହରୀ ସମୟରେ ଅକ୍‌ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ବ ଦିଆଯାଇଥିଲା। ବର୍ତ୍ତମାନ ପୁଣି ଅଧିକାରୀ ମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍‌ଜରଭର ବ୍ୟବସ୍ଥା କୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେହେତୁ ଏହି ଲହରୀରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାର ସମ୍ଭାବନା ରହିଛି, ତେଣୁ ସବୁ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ବରେ ଥିବ ଅଧିକାରୀ ମାନଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ ଙ୍କୁ ନିବେଦନ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ  ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯିବ। ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି ସେ କହିଥିଲେ ।ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଆର୍‌.କେ. ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ଓଡିଶାରେ ଓମିକ୍ରନର ସଂକ୍ରମଣ ସଂପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଚିକିତ୍ସା ପ୍ରୋଟୋକଲ (Treatment Protocol) ପ୍ରସ୍ତୁତ କରାଯିବ ବୋଲି ସେ ସୂଚନା ଦେଇଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍‌ସିଜେନ ମହଜୁଦ ରହିଛି ବୋଲି ସେ କହିଥିଲେ।

ପୁଲିସ ଡିଜି  ସୁନିଲ ବଂଶଲ ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣା ଗୁଡିକର ଅନୁପାଳନ କରାଯାଉଛି ଓ ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ ବୋଲି ସେ କହିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କୋଭିଡ କଟକଣା ପାଳନ ସମୟରେ ଘର ଭିତର ଓ ବାହାର (Indoor ଓ Outdoor)ରେ ଲୋକଙ୍କ ଭିଡ ଉପରେ ନଜର ରଖିବା ପାଇଁ ମତ ଦେଇଥିଲେ। ଯେଉଁ ପଦକ୍ଷପ ଦ୍ବାରା କୋଭିଡ ସଂକ୍ରମଣର ନିୟନ୍ତ୍ରଣ ହୋଇପାରିବ, ତା ଉପରେ ଧ୍ୟାନ ଦେବାକୁ ସେ କହିଥିଲେ ।ବୈଠକରେ ସୁନ୍ଦରଗଡ, ବଲାଙ୍ଗୀର, ଗଞ୍ଜାମ ଓ ବାଲେଶ୍ବର ଜିଲ୍ଲାର ଜିଲ୍ଲାପାଳ ତଥା ବିଏମସି ଓ ସିଏମସିର କମିଶନର ମାନେ ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷପ ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ ।ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଯୋଗ ଦେଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp