ମା‘ ମାନଙ୍କ ସ୍ଵପ୍ନକୁ ସାକାର କରିବା ପାଇଁ ବିଜୁ ଜନତା ଦଳ ସମର୍ପିତ ହୋଇ କାମ କରୁଛି : ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର:  ବିଶ୍ଵ ମହିଳା ଦିବସ ଅବସରରେ ଆଜି ବିଜୁ ମହିଳା ଜନତା ଦଳପକ୍ଷରୁ  ‘ନାରୀ ଜାଗରଣ ବିଶ୍ୱ କଲ୍ୟାଣ’ର ବାର୍ତ୍ତା ଦେଇ ବିଜୁ ମହିଳା ଜନତା ଦଳ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ଯମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ଯମରେ ଯୋଗଦେଇ ମହିଳା ମାନଙ୍କୁ ଉତ୍ସାହିତ କରିଥିଲେ। ମୁଖ୍ଯମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ବିଜୁ ଜନତା ଦଳର ସବୁ କାର୍ଯ୍ୟକ୍ରମରେ ମାଆ ମାନେ ହିଁ  ଫୋକୋସରେ ରହିଛନ୍ତି। ନବେ ଦଶକରେ ମାଆ ମାନଙ୍କ […]

ଭୁବନେଶ୍ବର:  ବିଶ୍ଵ ମହିଳା ଦିବସ ଅବସରରେ ଆଜି ବିଜୁ ମହିଳା ଜନତା ଦଳପକ୍ଷରୁ  ‘ନାରୀ ଜାଗରଣ ବିଶ୍ୱ କଲ୍ୟାଣ’ର ବାର୍ତ୍ତା ଦେଇ ବିଜୁ ମହିଳା ଜନତା ଦଳ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ଯମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ଯମରେ ଯୋଗଦେଇ ମହିଳା ମାନଙ୍କୁ ଉତ୍ସାହିତ କରିଥିଲେ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ମୁଖ୍ଯମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ବିଜୁ ଜନତା ଦଳର ସବୁ କାର୍ଯ୍ୟକ୍ରମରେ ମାଆ ମାନେ ହିଁ  ଫୋକୋସରେ ରହିଛନ୍ତି। ନବେ ଦଶକରେ ମାଆ ମାନଙ୍କ ଅଧିକାର ପାଇଁ ବିଜୁବାବୁ ସାରା ଦେଶରେ ଐତିହାସିକ ପଦକ୍ଷେପ ନେଇଥିଲେ । ତାକୁ ଆମେ ଆହୁରି ଆଗକୁ ନେଇଛୁ। ମଆ ମାନଙ୍କର ପାଇଁ ପଚାଶ ପ୍ରତିଶତ ସଂରକ୍ଷଣ କରିଛୁ । ମାଆ ମାନଙ୍କ ସ୍ଵପ୍ନକୁ ସାକାର କରିବା ପାଇଁ ବିଜୁ ଜନତା ଦଳ ସମର୍ପିତ ହୋଇ କାମ କରୁଛି ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ମାଆ ହେଉଛନ୍ତି ଜନ୍ମରୁ ଯୋଦ୍ଧା । ଘରର ଦାୟିତ୍ଵ , ପିଲାଙ୍କ ଦାୟିତ୍ଵ ଯିଏ ଠିକ ଭାବରେ ନେଇପାରୁଛି ଦେଶ ଓ ସମାଜର ଦାୟିତ୍ଵ ନେବାରେ ତା ପାଇଁ କିଛି ଅସୁବିଧା ନାହିଁ। ପ୍ରତିଟି ମାଆ ଭିତରେ ନେତୃତ୍ଵ ନେବର ଦକ୍ଷତା ରହିଛି । ଆମକୁ ତାର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବାକୁ ହେବ। ତାର ଶକ୍ତିକୁ ଦେଶର ବିକାଶରେ ଉପଯୋଗ କରିବାକୁ ହେବ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ମାଆ ମାନଙ୍କ ପାଇଁ ବିଧାନସଭା ଓ ସାଂସଦରେ ୩୩ ପ୍ରତିଶତ ସରକ୍ଷଣ ପାଇଁ ବିଜୁ ଜନତା ଦଳ ଦାବି କରି ଆସୁଛି । ଏ ଦାବି ବିଷୟରେ ଆମେ ସାରା ଦେଶର ମାଆ ମାନଙ୍କ ଭିତରେ ସଚେତନତା ସୃଷ୍ଟି କରୁଛୁ । ଗତ ନିର୍ବାଚନରେ ଆମେ ୩୩% ଆସନରେ ମାଆ ମାନଙ୍କୁ ଟିକଟ ଦେଇଥିଲୁ ।

ଆମେ କଥା ନୁହେଁ କାମରେ ବିଶ୍ବାସ କରୁ। ବିନା ସୁଧ ରେ ଋଣ ହେଉ ବା ୫ ହଜାର କୋଟି ଟଙ୍କାର ସରକାରୀ କାମ, ମାଆ ମାନଙ୍କ ପାଇଁ ୭ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା, ମାଆ ମାନଙ୍କ କଲ୍ଯାଣ ପାଇଁ ଜମି ଅଧିକାର, ସମ୍ପତ୍ତି ଅଧିକାର , ରେଶନ କାର୍ଡ , ଝିଅ ମାନଙ୍କ ପଢିବା ପାଇଁ ବୃତ୍ତି, ହଷ୍ଟେଲ ଆଦି ଅନେକ କାର୍ଯ୍ୟକ୍ରମ କରାଯାଉଛି। ମାଆ ମାନଙ୍କ କଲ୍ଯାଣ ଓ ଅଧିକାର ପାଇଁ ବିଜୁ ଜନତା ଦଳର ଲଢେଇ ଜାରି ରହିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର