ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୪ଟା ସମୟରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ । ଏହି ସମ୍ବୋଧନ ସମୟରେ ନବୀନ ରାଜ୍ୟବାସୀଙ୍କୁ ବଢୁଥିବା କୋଭିଡ ସ୍ଥିତି ନେଇ ସଚେତନ କରିବା ସହ କିଛି ବଡ ନିଷ୍ପତ୍ତି ନେଇପାରନ୍ତି ବୋଲି ଅନୁମାନ କରାଯାଉଛି। ଦେଶରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଉଥିବା ବେଳେ ରାଜ୍ୟରେ ମଧ୍ୟ  କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧ ହଜାର […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୪ଟା ସମୟରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ । ଏହି ସମ୍ବୋଧନ ସମୟରେ ନବୀନ ରାଜ୍ୟବାସୀଙ୍କୁ ବଢୁଥିବା କୋଭିଡ ସ୍ଥିତି ନେଇ ସଚେତନ କରିବା ସହ କିଛି ବଡ ନିଷ୍ପତ୍ତି ନେଇପାରନ୍ତି ବୋଲି ଅନୁମାନ କରାଯାଉଛି।

ଦେଶରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଉଥିବା ବେଳେ ରାଜ୍ୟରେ ମଧ୍ୟ  କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ଟପିଛି। ଯାହା ଚିନ୍ତାର କାରଣ ପାଲଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୨ ଶହ ୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଏହାରି ମଧ୍ୟ ଓଡିଶା ସରକାର ସତର୍କତା ମୂଳକ ପଦକ୍ଷେପ ନେବା ଆରମ୍ଭ କରିଥିବା ବେଳେ ମୁଖ୍ୟମନ୍ତ୍ରୀ  ସମ୍ବୋଧନ କରି ଜନସଚେନତା ସୃଷ୍ଟି ଉଦ୍ଦେଶ୍ୟରେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି।

About The Author: The Sakala