ଆଜି ଦ୍ଵିତୀୟ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗୀର: ଆଜି କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ନବୀନଙ୍କ ଦ୍ଵିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ହେଲିକପ୍ଟର ଯୋଗେ ଟିଟଲାଗଡରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିବେ। ଆଜି ଟିଟଲାଗଡ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀ ନାମାଙ୍କନ କରିବାକୁ ଥିବାରୁ ଜିଲ୍ଲାପ୍ରଶାସନ ଓ ପୁଲିସ୍ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା […]

ବଲାଙ୍ଗୀର: ଆଜି କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ନବୀନଙ୍କ ଦ୍ଵିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ହେଲିକପ୍ଟର ଯୋଗେ ଟିଟଲାଗଡରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିବେ। ଆଜି ଟିଟଲାଗଡ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀ ନାମାଙ୍କନ କରିବାକୁ ଥିବାରୁ ଜିଲ୍ଲାପ୍ରଶାସନ ଓ ପୁଲିସ୍ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି ମୁଖ୍ୟମନ୍ତ୍ରୀ। ଗତ ୨୯ ତାରିଖରେ ହିଞ୍ଜିଳି ଆସନରେ ନାମାଙ୍କନ ଦାଖଲ କରିଥିଲେ ମୁଖ୍ୟମନ୍ତ୍ରୀ । ମା ତାରା ତାରିଣୀଙ୍କ ଦର୍ଶନ ପରେ ବିରାଟ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଥିଲେ ନବୀନ।

About The Author: The Sakala