ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର: ମୌସୁମୀ ବର୍ଷା ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମୀକ୍ଷା ବୈଠକ ପରେ ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ ତଥା ଉନ୍ନୟନ କମିଶନର ଆନୁଗର୍ଗଙ୍କ ସୂଚନା। ନଦୀ ବନ୍ଧ ଗୁଡ଼ିକୁ ଅଧିକ ସୁଦୃଢ଼ୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପୂର୍ବରୁ ଚିହ୍ନଟ ହୋଇଥିବା ଦୁର୍ବଳ ନଦୀ ବନ୍ଦ ଉପରେ ନଜର ରଖିବା ସହ ଗର୍ତ୍ତ […]

ଭୁବନେଶ୍ବର: ମୌସୁମୀ ବର୍ଷା ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମୀକ୍ଷା ବୈଠକ ପରେ ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ ତଥା ଉନ୍ନୟନ କମିଶନର ଆନୁଗର୍ଗଙ୍କ ସୂଚନା। ନଦୀ ବନ୍ଧ ଗୁଡ଼ିକୁ ଅଧିକ ସୁଦୃଢ଼ୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପୂର୍ବରୁ ଚିହ୍ନଟ ହୋଇଥିବା ଦୁର୍ବଳ ନଦୀ ବନ୍ଦ ଉପରେ ନଜର ରଖିବା ସହ ଗର୍ତ୍ତ ସୃଷ୍ଟି ହୋଇଥିବା ସ୍ଥାନକୁ ମରାମତି ପାଇଁ ପଦକ୍ଷେପ ନିଆଯିବ। ତହସିଲଦାର ଓ ଜଳସମ୍ପଦ ବିଭାଗର ଯନ୍ତ୍ରୀ ଏ ଦିଗରେ ମିଲିତ ଭାବେ କାମ କରୁଛନ୍ତି। ବନ୍ୟା ଆସିବା ପୂର୍ବରୁ ସବୁ ଡ୍ୟାମରେ ମକ ଡ୍ରିଲ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏବେଠୁ ବନ୍ୟା ନିୟନ୍ତ୍ରଣ ସେଲ ୨୪ ଘଣ୍ଟା କାମ କରିବ। ଅଫିସର ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ବାଦ ବିଳମ୍ବିତ ପ୍ରକଳ୍ପ କାମ କୁ ତ୍ୱରାନ୍ୱିତ ପାଇଁ ବି ପରାମର୍ଶ ଦିଆଯାଇଛି। ବନ୍ୟା ନିୟନ୍ତ୍ରଣ ନୀତି ଆଣିବାକୁ ଯେଉଁ ସଂକଳ୍ପ ପତ୍ର ଜାରି କରାଯାଇଛି ସେ ଦିଗରେ ଏବେଠୁ କାମ ଆରମ୍ଭ ହେବ ବୋଲି ଉନ୍ନୟନ କମିଶନ ଅନୁ ଗର୍ଗ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର