ବଡ ଦାଣ୍ଡରେ ରଥ ଟାଣିଲେ ମୁଖ୍ଯମନ୍ତ୍ରୀ

The Sakala Picture
Published On

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଜନସମୁଦ୍ରରେ ପରିଣତ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥ ଟାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ମଧ୍ୟ ରଥ ଟାଣିଛନ୍ତି […]

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଜନସମୁଦ୍ରରେ ପରିଣତ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥ ଟାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ମଧ୍ୟ ରଥ ଟାଣିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଏଥିସହ ଆଜି ପୁରୀ ଗସ୍ତରେ ଯାଇ ପ୍ରଥମେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍‌ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବରିଷ୍ଠ ଅଧିକାରୀଙ୍କ ସହ ଏହି ନିର୍ମାଣ କାମକୁ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍‌ଡୋଲାଇଟ୍‌ ପଥରରେ କାମ ହୋଇଛି । ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଥିବା ଏହି ସ୍ଥାନ ସମସ୍ତଙ୍କୁ ବିମୋହିତ କରୁଛି । ସ୍ଥାନୀୟ ଲୋକ ମଧ୍ୟ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଥିବା ବେଳେ ପୂର୍ଣ୍ଣାଙ୍ଗ ପ୍ରକଳ୍ପ ନିଶ୍ଚିତ ଭାବେ ଚିତାକର୍ଷକ ହେବ ବୋଲି କହିଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

01 Jul 2022 By The Sakala

ବଡ ଦାଣ୍ଡରେ ରଥ ଟାଣିଲେ ମୁଖ୍ଯମନ୍ତ୍ରୀ

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଜନସମୁଦ୍ରରେ ପରିଣତ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥ ଟାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ମଧ୍ୟ ରଥ ଟାଣିଛନ୍ତି ।

ଏଥିସହ ଆଜି ପୁରୀ ଗସ୍ତରେ ଯାଇ ପ୍ରଥମେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍‌ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବରିଷ୍ଠ ଅଧିକାରୀଙ୍କ ସହ ଏହି ନିର୍ମାଣ କାମକୁ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍‌ଡୋଲାଇଟ୍‌ ପଥରରେ କାମ ହୋଇଛି । ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଥିବା ଏହି ସ୍ଥାନ ସମସ୍ତଙ୍କୁ ବିମୋହିତ କରୁଛି । ସ୍ଥାନୀୟ ଲୋକ ମଧ୍ୟ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଥିବା ବେଳେ ପୂର୍ଣ୍ଣାଙ୍ଗ ପ୍ରକଳ୍ପ ନିଶ୍ଚିତ ଭାବେ ଚିତାକର୍ଷକ ହେବ ବୋଲି କହିଛନ୍ତି।

https://www.thesakala.in/latest-odisha-news/chief-minister-pulled-the-chariot/article-12937
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର