କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ପଶ୍ଚିମ ଓଡିଶା ପ୍ରତି ସ୍ଵତନ୍ତ୍ର ନଜର ରଖିବାକୁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତିଦିନ ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ସଂକ୍ରମଣରେ ବ୍ରେକ୍‌ ଲଗାଇବା ପାଇଁ ପ୍ରଶାସନିକ ସ୍ଥରରେ ବ୍ୟାପକ ପ୍ରସ୍ତୁତି ସହ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ସନ୍ଧ୍ୟାରେ ରାଜ୍ୟରେ କରୋନା ସଂକ୍ରମଣର ଦ୍ବିତୀୟ ଲହର ନେଇ ସ୍ଥିତି‌ର ସମୀକ୍ଷା  କରିବାକୁ ଭିଡିଓ କନଫରେନ୍‌ସିଂ ମାଧ୍ୟମରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ପଶ୍ଚିମ […]

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତିଦିନ ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ସଂକ୍ରମଣରେ ବ୍ରେକ୍‌ ଲଗାଇବା ପାଇଁ ପ୍ରଶାସନିକ ସ୍ଥରରେ ବ୍ୟାପକ ପ୍ରସ୍ତୁତି ସହ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ସନ୍ଧ୍ୟାରେ ରାଜ୍ୟରେ କରୋନା ସଂକ୍ରମଣର ଦ୍ବିତୀୟ ଲହର ନେଇ ସ୍ଥିତି‌ର ସମୀକ୍ଷା  କରିବାକୁ ଭିଡିଓ କନଫରେନ୍‌ସିଂ ମାଧ୍ୟମରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶା ଉପରେ ଅଧିକ ଗୁରୁତ୍ବ ଦେଇଛନ୍ତି। ଛତିଶଗଡ଼ ସୀମାକୁ ଲାଗିଥିବା ଜିଲ୍ଲା ଗୁଡ଼ିକରେ କରୋନା ଭାଇରସ ସଂକ୍ରମଣ ଅଧିକ ସକ୍ରିୟ ଥିବାରୁ ମୁଖ୍ୟ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ସ୍ଥିତି ପର୍ଯ୍ୟବେକ୍ଷଣ ଲାଗି ପଶ୍ଚିମ ଓଡ଼ିଶା ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। ‌ପଶ୍ଚିମ ଓଡ଼ିଶାରେ କରୋନାର ସ୍ଥିତି ଅନୁଧ୍ୟାନ କରି ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ପଶ୍ଚିମ ଓଡ଼ିଶାକୁ ତୁରନ୍ତ ଅଧିକ ସଂଖ୍ୟକ ଡାକ୍ତର, ପାରାମେଡିକାଲ୍‌ ଷ୍ଟାଫ୍‌ ଓ ଲ୍ୟାବ୍‌ ଟେକ୍ନିସିଆନ୍‌ ପଠାଇବାକୁ ନିର୍ଦ୍ଦେଶ ଦେବା ସହ କରୋନା ମୁକାବିଲା ପାଇଁ ହସ୍‌ପିଟାଲ ଭିତ୍ତିଭୂମି ଦୃଢ଼ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ଏଥି ସହିତ ରାଜ୍ୟରେ କିପରି କୋଭିଡ୍‌ ନିୟମ କଡାକଡି ଭାବେ ପାଳନ କରାଯିବ ତାହା ଉପରେ ଗୁରୁତ୍ବ ଦିଆଯାଇଛି।  ଏଥି ସହିତ  ଅମାନିଆଙ୍କୁ ସାବାଡ଼ କରିବାକୁ ୧୦ ଦିନ ସ୍ପେଶାଲ ଡ୍ରାଇଭ ପାଇଁ ପୁଲିସ ଡିଜି ଅଭୟଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସଂକ୍ରମଣ ହ୍ରାସ୍‌ କରିବାକୁ ଅଧିକ ପୁଲିସ ମୁତୟନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଖାଲି ସେତିକି ନୁହେଁ, ସାରା ରାଜ୍ୟରେ ପୁଲିସ ମୁତୟନ କରି ସ୍ପେଶାଲ ଡ୍ରାଇଭ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସୁରକ୍ଷା ନିୟମ କଡ଼ାକଡ଼ି ପାଳନ ପାଇଁ ଅଧିକ ପୁଲିସ ମୁତୟନ କରିବାକୁ କୁହାଯାଇଛି। ଏହି ସମୟରେ ମାସ୍କ, ସାମାଜିକ ଦୂରତ୍ୱ ନେଇ ସୂଚନା ଓ ପ୍ରସାରଣ ବିଭାଗ ସଚେତନତା କରିବ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା କ୍ରସ ଭୋଟିଂ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲା ବିଜେଡି, ୮ ବିଧାୟକଙ୍କ ସଦସ୍ୟତା ରଦ୍ଦ ଲାଗି ପିଟିସନ୍

ମୁଖ୍ୟମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିସନର ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାାପାତ୍ର, ରାଜ୍ୟର ସବୁ ଜିଲ୍ଲାପାଳ ଓ ବରିଷ୍ଠ ପ୍ରଶାସନିକ ଓ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାରେ ଚାଲିଛି ଜୋରଦାର ପ୍ରସ୍ତୁତି, ମା’ଙ୍କ ପାଖରେ ଲାଗିହେବ ନବାନ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର