ଆଜିଠାରୁ ଦୁଇଦିନିଆ ମିଲେଟ୍‌‌ ଅନ୍ତର୍ଜାତୀୟ ସମ୍ମିଳନୀ, ଉଦ୍‌‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ଠାରୁ ଦୁଇଦିନିଆ ମିଲେଟ୍‌‌ ସମ୍ୱନ୍ଧୀୟ ଅନ୍ତର୍ଜାତୀୟ ସମ୍ମିଳନୀ ସ୍ଥାନୀୟ ଜନତା ମଇଦାନରେ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌‌ଘାଟନ କରିବେ। କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗର ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିବେ। ଏହି ଅନ୍ତର୍ଜାତୀୟ ସମ୍ମିଳନୀର […]

ଭୁବନେଶ୍ୱର: ଆଜି ଠାରୁ ଦୁଇଦିନିଆ ମିଲେଟ୍‌‌ ସମ୍ୱନ୍ଧୀୟ ଅନ୍ତର୍ଜାତୀୟ ସମ୍ମିଳନୀ ସ୍ଥାନୀୟ ଜନତା ମଇଦାନରେ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌‌ଘାଟନ କରିବେ। କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗର ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିବେ। ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍‌‌’। ସମ୍ମିଳନୀରେ ମିଲେଟ୍‌‌ ଚାଷ, ପ୍ରକ୍ରିୟାକରଣରେ କୃଷକମାନଙ୍କ ସମ୍ପୃକ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ, ବୈଷିୟକ ଅଧିବେଶନ, ନୀତି ନିର୍ଦ୍ଧାରଣ ନିମନ୍ତେ ରାଉଣ୍ଡଟେବୁଲ୍‌‌ ବୈଠକ, ବି-ଟୁ-ବି ବୈଠକ, ଅନ୍ତର୍ଜାତୀୟ ଖାଦ୍ୟମେଳା, କୁଇଜ୍‌‌ ପ୍ରତିଯୋଗିତା, ରନ୍ଧନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହାସହ ମିଶନ୍‌ ଶକ୍ତି ଅଧୀନ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ମିଲେଟ୍‌‌ ଉଦ୍ୟୋଗୀମାନଙ୍କର ସଫଳତାର କାହାଣୀ ପ୍ରଦର୍ଶନ କରାଯିବ। ସେହିପରି ଜଳବାୟୁ ପରିବର୍ତ୍ତନ ଏବଂ ମିଲେଟସ୍‌‌ ଉପରେ ଆଧାରିତ ସଙ୍ଗୀତ କାର୍ଯ୍ୟକ୍ରମ ସାଙ୍ଗକୁ ସେଫ୍‌‌ ବିକାଶ ଖାନ୍ନା ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମିଳିତ ଜାତିସଂଘର ବିଭିନ୍ନ ସଂସ୍ଥା, ବିଭିନ୍ନ ଦେଶର ଦୂତାବାସର କର୍ମକର୍ତ୍ତା ଏବଂ ବିଭିନ୍ନ ରାଜ୍ୟର କୃଷି ସଚିବଙ୍କ ସମେତ ଅନେକ ପ୍ରତିନିଧି ଯୋଗଦେବେ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ମିଳିତ ଜାତିସଂଘର ଘୋଷଣା ଅନୁଯାୟୀ, ୨୦୨୩ବର୍ଷକୁ ଅନ୍ତର୍ଜାତୀୟ ମିଲେଟ୍‌‌ ବର୍ଷ ଭାବେ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣାକ୍ରମେ ଗତବର୍ଷଠାରୁ ନଭେମ୍ୱର ୧୦କୁ ରାଜ୍ୟରେ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି। ମାଣ୍ଡିଆକୁ ପ୍ରୋତ୍ସାହିତ କରିବା ଓ ଏଥିପ୍ରତି ସଚେତନତା ବୃଦ୍ଧି ନିମନ୍ତେ ସ୍ୱତନ୍ତ୍ର ଭାବେ ମାଣ୍ଡିଆ ଦିବସ ପାଳନ ଓ ଏହାକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ଉଦ୍ଦେଶ୍ୟରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରିବାରେ ଓଡ଼ିଶା ଭାରତବର୍ଷର ପ୍ରଥମ ରାଜ୍ୟ। ରାଜ୍ୟରେ ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ଆଗାମୀ ଚାରିବର୍ଷ ଅର୍ଥାତ ୨୦୨୩-୨୪ରୁ ୨୦୨୬-୨୭ ବର୍ଷ ପର୍ଯ୍ୟନ୍ତ ୨୬୮୭ କୋଟି ୪୫ ଲକ୍ଷ ଟଙ୍କାର ବ୍ୟୟ ମଞ୍ଜୁର କରାଯାଇଥିବା ସୂଚନା ରହିଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର