ମନୋରଞ୍ଜନ
ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ : ମେ ୧୫ରୁ ବିଭିନ୍ନ ବିଭାଗ କାର୍ଯ୍ୟର କରିବେ ସମୀକ୍ଷା
ଭୁବନେଶ୍ୱର : “ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ ‘ଏହି ଉକ୍ତି କୁ ଅକ୍ଷରେ ଅଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମଇ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ବିତୀୟ ଵର୍ଷ ପୂରଣ କରୁଛି । ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ରେ ସରକାର ଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛନ୍ତି ସେ […]
ଭୁବନେଶ୍ୱର : “ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ ‘ଏହି ଉକ୍ତି କୁ ଅକ୍ଷରେ ଅଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମଇ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ବିତୀୟ ଵର୍ଷ ପୂରଣ କରୁଛି ।
ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ରେ ସରକାର ଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛନ୍ତି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ ।ଆଗମୀ ମଇ ୧୫ ରୁ ୨୫ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିବ । ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଭ୍ୟ ମାନଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି ।ସଚିବ ମାନଙ୍କ ଉପସ୍ଥିତି ରେ ମନ୍ତ୍ରୀ ମାନେ ସେମାନଙ୍କ ବିଭାଗ ଦ୍ବାରା କାର୍ଯ୍ୟ କାରୀ ହେଉଥିବା ପାଞ୍ଚଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ । ଏହା ସହିତ 5T ଓ ମୋ ସରକାର କାର୍ଯ୍ୟକ୍ରମ ସେମାନଙ୍କ ବିଭାଗ ରେ କିଭଳି କାର୍ଯ୍ୟକାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ଯ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ଓ ବିଭାଗ କୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଣତନ୍ତ୍ର ରେ ଜନତା ହେଉଛନ୍ତି ମାଲିକ । ତେଣୁ ଗଣତନ୍ତ୍ର ରେ ଉତ୍ତର ଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ।ଓଡ଼ିଶାର ସାଢ଼େ ଚାରି କୋଟି ଜନତା ଯେଉଁ ଦାୟିତ୍ୱ ଆମକୁ ଦେଇଛନ୍ତି।ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ ତାକୁ ପାଳନ ଦିଗରେ କେତେ ଦୂର ଆମେ ସଫଳ ହୋଇଛୁ ତାର ହିସାବ ଲୋକଙ୍କୁ ଦେବାକୁ ହେଵ ଓ ଏହା ଗଣତନ୍ତ୍ରର ମର୍ଯ୍ୟଦା ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ ୨୦୧୯ ମଇ ୨୯ ତାରିଖ ଦିନ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟ କାରୀ କରିବା ପାଇଁ ନୀତଗତ ନିଷ୍ପତ୍ତି ନେଇ ଥିଲେ । ଆଗାମୀ ମଇ 29ରେ ମନ୍ତ୍ରୀ ପରିଷଦର ସ୍ବତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ। ୨୦୧୪ ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତଗତ ନିଷ୍ପତ୍ତି ନେଇଥିଲେ।