ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି: ଜଟଣୀ ଖାସମାହଲ ଜମି ସମସ୍ୟାର ହେଲା ସମାଧାନ, ଲୋକଙ୍କୁ ବଣ୍ଟନ କରାଯିବ ପଟ୍ଟା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ. ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସମ୍ପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା । ଏ ସମସ୍ୟା ସମ୍ପର୍କରେ ଜନସାଧାରଣ ୫ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ. ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସମ୍ପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା । ଏ ସମସ୍ୟା ସମ୍ପର୍କରେ ଜନସାଧାରଣ ୫ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ପ୍ରଦିପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ।

ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର ଟାସ୍କ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ SOP ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ, ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା  କରିବେ ।

About The Author: The Sakala