ଓଡିଶା ପୁଲିସରେ ଚାକିରି ପାଇଁ ବଡ଼ ସୁଯୋଗ, ୪୭୯୦ କନେଷ୍ଟବଳ ପଦବୀ ପୂରଣ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର : ଓଡିଶା ପୁଲିସରେ ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ୪ଟି ପର୍ଯ୍ୟାୟରେ ଏହି ପଦବୀଗୁଡିକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଖାଲିଥିବା ଥିବା ଏ ସମସ୍ତ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ କରାଯିବ। ରାଜ୍ୟର ୩୪ଟି ପୁଲିସ ଜିଲ୍ଲା ତଥା କମିଶନରେଟ୍ ପୁଲିସରେ ସେମାନଙ୍କୁ ନିଯୁକ୍ତି ଦିଆଯିବ। ଏହାଦ୍ବାରା ବିଭିନ୍ନ ଜିଲ୍ଲା ତଥା ଥାନା ମାନଙ୍କରେ ଖାଲି […]
ଭୁବନେଶ୍ବର : ଓଡିଶା ପୁଲିସରେ ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ୪ଟି ପର୍ଯ୍ୟାୟରେ ଏହି ପଦବୀଗୁଡିକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଖାଲିଥିବା ଥିବା ଏ ସମସ୍ତ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ କରାଯିବ।
ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି
ରାଜ୍ୟର ୩୪ଟି ପୁଲିସ ଜିଲ୍ଲା ତଥା କମିଶନରେଟ୍ ପୁଲିସରେ ସେମାନଙ୍କୁ ନିଯୁକ୍ତି ଦିଆଯିବ। ଏହାଦ୍ବାରା ବିଭିନ୍ନ ଜିଲ୍ଲା ତଥା ଥାନା ମାନଙ୍କରେ ଖାଲି ଥିବା କନେଷ୍ଟବଳ ପଦବୀ ପୂରଣ ହୋଇପାରିବ ଏବଂ ଆଇନ ଶୃଙ୍ଖଳା ରକ୍ଷା ଦିଗରେ ପୁଲିସର ସାମର୍ଥ୍ୟ ମଧ୍ୟ ବୃଦ୍ଧି ପାଇବ । ସରକାରୀ ସ୍ତରରେ ଏତେସଂଖ୍ୟକ ନିଯୁକ୍ତି ପିଲା ମାନଙ୍କ ପାଇଁ ସୁଯୋଗ ସ୍ରୁଷ୍ଟି କରିବ ବୋଲି ଆଶା କରାଯାଏ।






