ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା

The Sakala Picture
Published On

ଭୁବନେଶ୍ୱର:  ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରୁ ଆଲୋଚନା କରିଛନ୍ତି। ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟନ୍ତ୍ରଣ କକ୍ଷଗୁଡ଼ିକ […]

ଭୁବନେଶ୍ୱର:  ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରୁ ଆଲୋଚନା କରିଛନ୍ତି। ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟନ୍ତ୍ରଣ କକ୍ଷଗୁଡ଼ିକ ୨୪ ଘଣ୍ଟା କାର୍ଯ୍ୟ କରିବା ଏବଂ ଏହାର ତଥ୍ୟ ଗୁଡିକ ଯେପରି ନିୟମିତ ଭାବେ ଅପ୍‌ଡେଟ୍‌ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ପରିବର୍ତ୍ତିତ ପରିସ୍ଥିତି ଦେଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।
ଲଘୁଚାପ ଜନିତ ବର୍ଷା ଏବଂ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଥିଲେ ଯେ ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏପରି ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର ଏବଂ ଅଧିକାରୀମାନଙ୍କୁ ସହାୟକ କର୍ମଚାରୀ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବା ଆବଶ୍ୟକ। ଏହି ସମୟରେ ଜଳବନ୍ଦୀ ସମ୍ମୁଖୀନ ହେବାର ସମ୍ଭାବନା ଥିବା ଅଞ୍ଚଳରୁ ପାଣି ନିଷ୍କାସନ ପାଇଁ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ଆଗୁଆ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ଦାୟିତ୍ୱରେ ଥିବା ଇଞ୍ଜିନିୟରିଂ କର୍ମଚାରୀମାନେ ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।

ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ଲଘୁଚାପ ପ୍ରଭାବରେ ୩ ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ତୁରନ୍ତ ସହାୟତା ପାଇଁ ଓଡ୍ରାଫ ଏବଂ ଅଗ୍ନିଶମ ସେବା ୟୁନିଟଗୁଡ଼ିକୁ ପୂର୍ଣ୍ଣ ପ୍ରସ୍ତୁତ, ବିଶେଷ କରି ତଳିଆ ଅଞ୍ଚଳ କିମ୍ବା ଯେଉଁଠାରେ ବନ୍ୟା ଆଶଙ୍କା ରହିଛି ଏବଂ ଅନ୍ୟାନ୍ୟ ଆବଶ୍ୟକ ସ୍ଥାନରେ ୟୁନିଟ୍ ଗୁଡିକୁ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ଥିବାରୁ ଉକ୍ତ ଅଞ୍ଚଳ ଗୁଡିକୁ ଚିହ୍ନଟ କରି କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରସ୍ତୁତ ରହିବାକୁ ସେ ଜିଲ୍ଲାପାଳ ମାନଙ୍କୁ କହିଥିଲେ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

26 Sep 2025 By The Sakala

ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା

ଭୁବନେଶ୍ୱର:  ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରୁ ଆଲୋଚନା କରିଛନ୍ତି। ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟନ୍ତ୍ରଣ କକ୍ଷଗୁଡ଼ିକ ୨୪ ଘଣ୍ଟା କାର୍ଯ୍ୟ କରିବା ଏବଂ ଏହାର ତଥ୍ୟ ଗୁଡିକ ଯେପରି ନିୟମିତ ଭାବେ ଅପ୍‌ଡେଟ୍‌ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ପରିବର୍ତ୍ତିତ ପରିସ୍ଥିତି ଦେଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।
ଲଘୁଚାପ ଜନିତ ବର୍ଷା ଏବଂ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଥିଲେ ଯେ ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏପରି ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର ଏବଂ ଅଧିକାରୀମାନଙ୍କୁ ସହାୟକ କର୍ମଚାରୀ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବା ଆବଶ୍ୟକ। ଏହି ସମୟରେ ଜଳବନ୍ଦୀ ସମ୍ମୁଖୀନ ହେବାର ସମ୍ଭାବନା ଥିବା ଅଞ୍ଚଳରୁ ପାଣି ନିଷ୍କାସନ ପାଇଁ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ଆଗୁଆ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ଦାୟିତ୍ୱରେ ଥିବା ଇଞ୍ଜିନିୟରିଂ କର୍ମଚାରୀମାନେ ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।

ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ଲଘୁଚାପ ପ୍ରଭାବରେ ୩ ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।

ତୁରନ୍ତ ସହାୟତା ପାଇଁ ଓଡ୍ରାଫ ଏବଂ ଅଗ୍ନିଶମ ସେବା ୟୁନିଟଗୁଡ଼ିକୁ ପୂର୍ଣ୍ଣ ପ୍ରସ୍ତୁତ, ବିଶେଷ କରି ତଳିଆ ଅଞ୍ଚଳ କିମ୍ବା ଯେଉଁଠାରେ ବନ୍ୟା ଆଶଙ୍କା ରହିଛି ଏବଂ ଅନ୍ୟାନ୍ୟ ଆବଶ୍ୟକ ସ୍ଥାନରେ ୟୁନିଟ୍ ଗୁଡିକୁ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ଥିବାରୁ ଉକ୍ତ ଅଞ୍ଚଳ ଗୁଡିକୁ ଚିହ୍ନଟ କରି କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରସ୍ତୁତ ରହିବାକୁ ସେ ଜିଲ୍ଲାପାଳ ମାନଙ୍କୁ କହିଥିଲେ।

https://www.thesakala.in/latest-odisha-news/chief-ministers-review-of-possible-floods/article-42493
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର