ମନୋରଞ୍ଜନ
ଓଡ଼ିଶା
ବୁଷ୍ଟର ଡୋଜକୁ ଗୁରୁତ୍ବ: ଉଚ୍ଚ ଶିକ୍ଷାନୁଷ୍ଠାନ ସହ ୱାର୍ଡ଼ ଓ ପଞ୍ଚାୟତୱାରୀ ଦିଆଯିବ କରୋନା ଟିକା
ଭୁବନେଶ୍ୱର: ରାଜ୍ଯରେ କ୍ରମାଗତ ଭାବେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ସଂକ୍ରମଣକୁ ପୁଣି ରୋକିବା ପାଇଁ ରାଜ୍ଯସରକାର ଅଣ୍ଟା ଭିଡିଛନ୍ତି। ଆଜି କୋଭିଡ ସ୍ଥିତର ସମୀକ୍ଷା ନେଇ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି । ତେବେ ସହରାଞ୍ଚଳମାନଙ୍କରେ ସଂକ୍ରମଣ ସଂଙ୍ଖ୍ୟା ବଢ଼ୁଥିବାରୁ ଟିକାକରଣ, ଜାଗରୁକତା, ସଚେତନତା ଏବଂ ସଠିକ୍ ସୂଚନା ପ୍ରସାରଣ ଉପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁତ୍ୱ ଆରୋପ କରିଛନ୍ତି । […]
ଭୁବନେଶ୍ୱର: ରାଜ୍ଯରେ କ୍ରମାଗତ ଭାବେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ସଂକ୍ରମଣକୁ ପୁଣି ରୋକିବା ପାଇଁ ରାଜ୍ଯସରକାର ଅଣ୍ଟା ଭିଡିଛନ୍ତି। ଆଜି କୋଭିଡ ସ୍ଥିତର ସମୀକ୍ଷା ନେଇ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି । ତେବେ ସହରାଞ୍ଚଳମାନଙ୍କରେ ସଂକ୍ରମଣ ସଂଙ୍ଖ୍ୟା ବଢ଼ୁଥିବାରୁ ଟିକାକରଣ, ଜାଗରୁକତା, ସଚେତନତା ଏବଂ ସଠିକ୍ ସୂଚନା ପ୍ରସାରଣ ଉପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁତ୍ୱ ଆରୋପ କରିଛନ୍ତି ।
ବଢିଥିବା କୋରନା ମାମାଲା ପାଇଁ କଲ୍ ସେଣ୍ଟରକୁ ୨୪ x ୭ ଭିତ୍ତିରେ କାର୍ଯ୍ୟକ୍ଷମ କରାଯିବ। ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଇଞ୍ଜିନିଅରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଛାତ୍ରଛାତ୍ରୀମାନଙ୍କର ଟିକାକରଣ ସହ ସହରାଞ୍ଚଳମାନଙ୍କରେ ୧୮ ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସହରାଞ୍ଚଳରେ ପ୍ରତି ୱାର୍ଡ଼ ଏବଂ ଗ୍ରାମାଞ୍ଚଳରେ ଗ୍ରାମ ଓ ପଂଚାୟତୱାରୀ ଟିକାକରଣ କାର୍ଯ୍ୟଯୋଜନା କାର୍ଯ୍ୟାନ୍ୱୟନ ପାଇଁ ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ଶ୍ରୀ ଧଳ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟରେ ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି କର୍ମୀ, ଜନ ପ୍ରତିନିଧି, ସେଚ୍ଛାସେବୀ ଅନୁଷ୍ଠାନ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠିମାନଙ୍କୁ ସାମିଲ କରିବାକୁ ଉନ୍ନୟନ କିମିଶନର ଶ୍ରୀ ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଥିଲେ ।
ରାଜ୍ୟରେ ଆଇ.ଏଲ୍.ଆଇ. ଏବଂ ସାରି ରୋଗର ସଂନୀରକ୍ଷଣକୁ ସଘନ କରିବା ସହ ଲୋକମାନଙ୍କ ମଧ୍ୟରେ କୋଭିଡ଼୍ ନିରୋଧି ବ୍ୟବହାରିକ ଢ଼ଙ୍ଗି ଯଥା ମାସ୍କ ପରିଧାନ, ପରସ୍ପରଠାରୁ ଶାରିରୀକ ଦୁରତା, ଭିଡ଼୍ ମଧ୍ୟକୁ ନଯିବା, ଅଯଥା ଗହଳି ସୃଷ୍ଟି ନକରିବା ଆଦି ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ଟିକାକରଣ କେନ୍ଦ୍ରର ଅବସ୍ଥିତି ଓ ସମୟ, କଲ୍ସେଣ୍ଟର ଓ ସହାୟତା କେନ୍ଦ୍ରର ନମ୍ବର ଏବଂ କୋଭିଡ଼୍ ଚିକିତ୍ସା ସୁବିଧା ବିଷୟରେ ଲୋକମାନଙ୍କୁ ସଠିକ୍ ସୂଚନାପ୍ରଦାନ ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ ।
ତେବେ ସମୀକ୍ଷାରୁ ଜଣାପଡିଥିଲା ଯେ, ବର୍ତ୍ତମାନ ରାଜ୍ୟରେ ସମୁଦାୟ ୪୨୬୨ ଆକ୍ଟିଭ୍ କୋଭିଡ଼୍ କେସ୍ ଅଛି । ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ପିଲାଙ୍କ ସଂଙ୍ଖ୍ୟା ୭୧ । ସଂକ୍ରମିତମାନେ ମୁଖ୍ୟତଃ ହୋମ୍ ଆଇସୋଲେସନ୍ ମାଧ୍ୟମରେ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ସୁଦ୍ଧା ୩୯ ଜଣ ଚିକିତ୍ସା ପାଇଁ ହସ୍ପିଟାଲରେ ଆଡମିଶନ ହୋଇଛନ୍ତି । ପ୍ରତ୍ୟେକ ମେଡ଼ିକାଲ କଲେଜ ଏବଂ ଜିଲ୍ଲା ଚିକିତ୍ସାଳୟରେ ସ୍ୱତନ୍ତ୍ର କୋଭିଡ଼୍ ୱାର୍ଡ ବ୍ୟବସ୍ଥା କରାଯାଇଛି । ଆବଶ୍ୟକତା ଅନୁସାରେ ହସ୍ପିଟାଳ୍ ଏବଂ ବେଡ୍ ସଂଙ୍ଖ୍ୟା ବଢ଼ାଇବା ପାଇଁ ପ୍ରତି ଜିଳ୍ଲା ପ୍ରସ୍ତୁତ ଅଛି ।
ସୂଚନା ଅନୁଯାୟୀ, ଆସନ୍ତାକାଲି ଅର୍ଥାତ ଜୁଲାଇ ୧୫ ତାରିଖରୁ ୧୮ ରୁ ୫୯ ବର୍ଷ ବୟସ ବର୍ଗଙ୍କ ନିମନ୍ତେ ମାଗଣା ବୁଷ୍ଟର ଡ଼ୋଜ୍ ଦିଆଯିବ। ଏଥି ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି ।
ଆଜିର ଏହି ବୈଠକରେ, ଉନ୍ନୟନ କମିାନର ଶ୍ରୀ ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୃହ ବିଭାଗ ଶ୍ରୀ ସଂଜୀବ ଚେପ୍ରା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ଶ୍ରୀ ନିକୁଞ୍ଜବିହାରୀ ଧଳଙ୍କ ସମେତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଜିଳ୍ଲାପାଳ ଏବଂ ପୌର ପରିଷଦ କମିଶନରମାନେ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ନିଜ ନିଜ ଅଂଚଳର କୋଭିଡ଼୍ ସ୍ଥିତି ଓ ମୁକାବିଲା ପାଇଁ ପ୍ରସ୍ତୁତି ବିଷୟରେ ସଦ୍ୟତନ ସୂଚନା ଦେଇଥିଲେ ।






