ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା : ଆଗାମୀ ଲଘୁଚାପ ବର୍ଷା ପରିପ୍ରେକ୍ଷୀରେ ହୀରାକୁଦ ଜଳଭଣ୍ଡାର ପରିଚାଳନା ପାଇଁ ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ୱର : ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ରାଜ୍ୟର ବନ୍ୟା ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା, ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟର ନଦୀଗୁଡ଼ିକର ଜଳପ୍ରବାହର ସ୍ଥିତି ସଂପର୍କରେ ଜଳସଂପଦ ବିଭାଗର ବରିଷ୍ଠ ଯନ୍ତ୍ରୀମାନଙ୍କ ସହ ଶ୍ରୀ ମହାପାତ୍ର ଆଲୋଚନା କରିଥିଲେ ଏବଂ ଆଗମୀ ଲଘୁଚାପ ବର୍ଷାକୁ ଆଖି ଆଗରେ ରଖି ହୀରାକୁଦର ଗେଟ୍‌ ପରିଚାଳନା […]

ଭୁବନେଶ୍ୱର : ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ରାଜ୍ୟର ବନ୍ୟା ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା, ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟର ନଦୀଗୁଡ଼ିକର ଜଳପ୍ରବାହର ସ୍ଥିତି ସଂପର୍କରେ ଜଳସଂପଦ ବିଭାଗର ବରିଷ୍ଠ ଯନ୍ତ୍ରୀମାନଙ୍କ ସହ ଶ୍ରୀ ମହାପାତ୍ର ଆଲୋଚନା କରିଥିଲେ ଏବଂ ଆଗମୀ ଲଘୁଚାପ ବର୍ଷାକୁ ଆଖି ଆଗରେ ରଖି ହୀରାକୁଦର ଗେଟ୍‌ ପରିଚାଳନା କରିବା ନିମନ୍ତେ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ପୁଣି ଥାନାରେ ଥାର୍ଡ ଡିଗ୍ରି! ପୋଲିସର ନିସ୍ତୁକ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

ଚଳିତ ବନ୍ୟା ସମ୍ପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କହିଥିଲେ ଯେ ମହାନଦୀର ବନ୍ୟା ଜଳସ୍ତର ଗତକାଲିଠାରୁ କ୍ରମଶଃ ହ୍ରାସ ପାଉଅଛି । ହୀରାକୁଦରେ ଏବେ ୨୮ଟି ଗେଟ୍‌ ଖୋଲା ରହିଛି । ଆଜି ଅପରାହ୍ନ ସୁଦ୍ଧା ହୀରାକୁଦର ଜଳସ୍ତର ବର୍ତ୍ତମାନ ୬୨୩.୯୧ ଫୁଟ୍‌ ରହିଥିଲା।  ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୨୪ ହଜାର ୭୮୬ କ୍ୟୂସେକ୍‌ ଜଳ ପ୍ରବେଶ କରୁଅଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୫ ଲକ୍ଷ ୪୫ ହଜାର ୪୭୧ କ୍ୟୂସେକ୍‌ ଜଳ ନିଷ୍କାସିିତ ହେଉଅଛି । ଖଇରମାଳଠାରେ ୮ ଲକ୍ଷ ୬୦ ହଜାର କ୍ୟୂସେକ୍‌ ଜଳ ପ୍ରବାହିତ ହେଉଅଛି । ବଡମୂଳଠାରେ ୮ ଲକ୍ଷ ୬୭ ହଜାର ୫୦୦ କ୍ୟୂସେକ୍‌ ଜଳ ପ୍ରବାହିତ ହେଉଅଛି । ମୁଣ୍ଡଳୀଠାରେ ୧୦ ଲକ୍ଷ ୧୦ ହଜାର ୫୨୫ କ୍ୟୂସେକ୍‌ ଜଳ ପ୍ରବାହିତ ହେଉଅଛି । ମୁଣ୍ଡଳୀଠାରେ ଜଳସ୍ତର କ୍ରମଶଃ ହ୍ରାସ ପାଉଅଛି ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜଙ୍ଗଲରେ ବାଘ ଆତଙ୍କ ! ମଣିଷ ମାରି ଖାଇଲା ମହାବଳ, ଜଙ୍ଗଲରେ ପଡିଛି ବ୍ୟକ୍ତିଙ୍କ କ୍ଷତାକ୍ତ ଗୋଡ଼

ଆଗାମୀ ୧୯ ଓ ୨୦ ତାରିଖରେ ହେବାକୁ ଥିବା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛନ୍ତି । ଏହି ଲଘୁଚାପର ପ୍ରଭାବରେ ସମ୍ଭାବ୍ୟ ବୃଷ୍ଟିପାତକୁ ନଜରରେ ରଖି ହୀରାକୁଦ ଜଳଭଣ୍ଡାରରୁ ପର୍ଯ୍ୟାୟକ୍ରମେ ଗେଟ୍‌ ବନ୍ଦ କରାଯିବ ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ପ୍ରାଥମିକ ସୂଚନା ଅନୁଯାୟୀ ବନ୍ୟା ଯୋଗୁଁ ୧୩ଟି ଜିଲ୍ଲାର ୭୧ଟି ବ୍ଲକ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଥିରେ ୨୦୬୬ଟି ଗ୍ରାମ ପ୍ରଭାବିତ ହୋଇଛି । ବନ୍ୟାରେ ୪୭୦ ଟି ଗ୍ରାମ ଜଳଘେରରେ ରହିଥିବାବେଳେ ୨ ଲକ୍ଷ ୫୫ ହଜାର ୩୨୫ ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି ଏବଂ ପ୍ରାୟ ୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଏହି ସବୁ ଅଞ୍ଚଳରେ ୧୯୦ ଟି ରିଲିଫ୍‌ କେନ୍ଦ୍ରରେ ୧ ଲକ୍ଷ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି । ୯୦ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି । ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ଅନେକ ବାସଗୃହ କ୍ଷତିଗ୍ରସ୍ତ ହେବା ସହିତ ବହୁତ ଚାଷ ଜମି ଜଳମଗ୍ନ ହୋଇଅଛି ।

ପ୍ରଭାବିତ ଲୋକମାନଙ୍କୁ ଆବଶ୍ୟକୟ ରନ୍ଧା ଖାଦ୍ୟ ଓ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯାଉଅଛି । ୧୧ ଟି ଏନ୍‌ଡିଆର୍‌ଏଫ୍‌, ୧୨ ଟି ଓଡ୍ରାଫ୍‌ ଏବଂ ୫୨ ଟି ଅତିରିକ୍ତ ଅଗ୍ନିଶମ ସେବା ବାହିନୀ ରିଲିଫ୍‌ ଓ ଉଦ୍ଧାର କାର୍ୟ୍ୟରେ ନିୟୋଜିତ ହୋଇଛନ୍ତି । ପ୍ରଭାବିତ ଅଞ୍ଚଳରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ୧୦ ଟି ଭ୍ରାମ୍ୟମାଣ ଆର୍‌ଓ ୱାଟର ପ୍ଲାଣ୍ଟ ଜରିଆରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦିଆଯାଉଅଛି । ସେହିପରି ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଯୋଗାଇ ଦିଆଯାଉଅଛି ।

ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଓ ପଶୁଚିକିତ୍ସାକୁ ତ୍ୱରାନ୍ୱିତ କରାଯାଇଛି । ଜଳସଂପଦ ବିଭାଗର ମୁଖ୍ୟଯନ୍ତ୍ରୀମାନେ ପ୍ରଭାବିତ ଅଞ୍ଚଳରେ ଅବସ୍ଥାନ କରି ନଦୀ ବନ୍ଧର ସୁରକ୍ଷା ତଥା ମରାମତି କାର୍ୟ୍ୟ ତ୍ୱରାନ୍ୱିତ କରୁଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ, ନିୟମିତ ଭାବେ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ସହ ଯୋଗାଯୋଗ କରି ବନ୍ୟା ପରିସ୍ଥିତି ସମୀକ୍ଷା କରୁଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାକୁ ବନ୍ୟା ପରିଚାଳନାରେ ଜିଲ୍ଲା ପ୍ରଶାସନକୁ ସହଯୋଗ କରିବା ପାଇଁ ପଠାଇଛନ୍ତି ।

ଏସ୍‌ଡିଆର୍‌ଏଫ୍‌ ଗାଇଡଲାଇନ୍‌ ଅନୁସାରେ ଜିଲ୍ଲାପାଳମାନେ ଘରୋଇ ଡଙ୍ଗା ଭଡାରେ ନେଇ ଜଳ ଘେରରେ ଥିବା ଲୋକମାନଙ୍କୁ ଉଦ୍ଧାର କରିବା ସହ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆଗାମୀ ଲଘୁଚାପ ପ୍ରଭାବରେ ବର୍ଷା ହେବାକୁ ଥିବାବେଳେ ଲୋକମାନଙ୍କୁ ପଲିଥିନ ଯୋଗାଇଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ବନ୍ୟାଞ୍ଚଳରେ ୧୩ ଟି ଜିଲ୍ଲାର ୬୪ ଟି ଭ୍ରାମ୍ୟମାଣ ଡାକ୍ତରୀ ଦଳ ମୁତୟନ କରାଯାଇଥିବାବେଳେ ୨୦୦୦୦ ଓଆର୍‌ଏସ୍‌ ପ୍ୟାକେଟ ଓ ୧ ଲକ୍ଷ ୪୨ ହଜାର ହାଲୋଜିନ୍‌ ବଟିକା ବଣ୍ଟନ କରାଯାଇଛି ।

18 Aug 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର