ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ । କାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ । କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି । ଏ ବର୍ଷ ରାଜ୍ୟର ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। କଳାରେ […]

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ । କାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ । କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଏ ବର୍ଷ ରାଜ୍ୟର ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। କଳାରେ ୨ଲକ୍ଷ ୩୩ହଜାର ୮୫୫ ଜଣ ପରୀକ୍ଷାର୍ଥୀ ଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୨୨ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୫ହଜାର ୫୯୭ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିବାବେଳେ ୫୭୫ଜଣ କପି କରି ଧରାପଡ଼ିଥିଲେ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ମେ’ ୩୧ ରେ ଯୁକ୍ତ ଦୁଇ ବି‌ଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା । ବିଜ୍ଞାନରେ ୯୨,୯୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବ ବେଳେ ୭୮,୯୩୮ ଛାତ୍ରଛାତ୍ରୀ ପାସ୍ ହୋଇଥିଲେ। ସେହିପରି ବାଣିଜ୍ୟରେ ମୋଟ୍ ପରୀକ୍ଷାର୍ଥୀ ୨୪,୦୮୨ ରହିଥିବା ବେଳେ ୧୯,୫୩୬ ଛାତ୍ରଛାତ୍ରୀ ପାସ୍  ହୋଇଥିଲେ।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର