ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ବଢାଇଲା CHSE: ନଭେମ୍ବର ୧୪ ଯାଏଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ୨୦୨୭ ବାର୍ଷିକ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରାଯାଇଛି। ବିନା ବିଳମ୍ବ ଦେୟରେ ଫର୍ମ ପୂରଣ କରିବାର ଶେଷ ତାରିଖ ଏବେ ନଭେମ୍ବର ୧୪ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି, ଯାହା ପୂର୍ବରୁ ନଭେମ୍ବର ୧୧ ରେ ଶେଷ ହେବାର ଥିଲା।
ପରିଷଦର ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷା ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ଏହି ସୁଯୋଗ ରହିଛି। ପୂର୍ବରୁ ଫର୍ମ ପୂରଣର ଶେଷ ତାରିଖ ଆଜି ରହିଥିଲା। ତେବେ ରାଜ୍ୟରେ ବାତ୍ୟା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି CHSE ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।ଏହି ସମୟସୀମା ବୃଦ୍ଧି ଫଳରେ ଫର୍ମ ପୂରଣ କରିପାରିନଥିବା ଛାତ୍ରଛାତ୍ରୀମାନେ ଆଶ୍ୱସ୍ତ ହୋଇଛନ୍ତି।
ବାତ୍ୟା 'ଅର୍ଣ୍ଣବ' ଯୋଗୁଁ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ଛାତ୍ରଛାତ୍ରୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏବଂ ବିଭିନ୍ନ ବିଦ୍ୟାଳୟ ତଥା ଛାତ୍ରଛାତ୍ରୀଙ୍କ ଅନୁରୋଧ କ୍ରମେ ପରିଷଦ ଏହି ନିଷ୍ପତ୍ତି ନେଇଛି।






