ଭୁବନେଶ୍ବର: ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା ।ଏନେଇ ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ଡିସେମ୍ବର ୧୫ ତାରିଖ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ। ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏଁ ହେବ । ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା। ଏଥର ମୋଟ୍ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା ବୋଲି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା କହିଛନ୍ତି।