ମାଲକାନଗିରିରେ ୪ ଓ ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ୱର:ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନଭିନ୍ନ ଦୁର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏ ସହାୟତା ପ୍ରଦାନ କରିବା ପାଇଁ ସେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। […]

ଭୁବନେଶ୍ୱର:ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନଭିନ୍ନ ଦୁର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏ ସହାୟତା ପ୍ରଦାନ କରିବା ପାଇଁ ସେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସୂଚନାଯୋଗ୍ୟ ଯେ, କାଳବୈଶାଖୀ ଯୋଗୁ ମାଲକାନଗିରିରେ ଡଙ୍ଗା ବୁଡି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏୟାରଷ୍ଟ୍ରିପର ପାଚେରୀ ଭୁଷୁଡି ଦୁଇଜଣଙ୍କ ମୃତ୍ୟୁ ଘଟିଛି । ଏତତ୍‌ବ୍ୟତିତ ଆହାତମାନଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ସେହିପରି ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧେଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି। ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

02 Jun 2023 By The Sakala

ମାଲକାନଗିରିରେ ୪ ଓ ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ନିର୍ଦ୍ଦେଶ

ଭୁବନେଶ୍ୱର:ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନଭିନ୍ନ ଦୁର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏ ସହାୟତା ପ୍ରଦାନ କରିବା ପାଇଁ ସେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, କାଳବୈଶାଖୀ ଯୋଗୁ ମାଲକାନଗିରିରେ ଡଙ୍ଗା ବୁଡି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏୟାରଷ୍ଟ୍ରିପର ପାଚେରୀ ଭୁଷୁଡି ଦୁଇଜଣଙ୍କ ମୃତ୍ୟୁ ଘଟିଛି । ଏତତ୍‌ବ୍ୟତିତ ଆହାତମାନଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧେଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି। ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି ।

https://www.thesakala.in/latest-odisha-news/cm-announced-ex-gratia-amount-to-the-families-of-4-persons-who-died-in-kalbaisakhi-and-2-students-who-drowned-in-the-sea/article-22224
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର