ସେବା ନିବୃତ ହେଉଥିବା ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟକମାନଙ୍କ ପ୍ରୋତ୍ସାହନ ରାଶିରେ ବୃଦ୍ଧି

The Sakala Picture
Published On

ଭୁବନେଶ୍ବର : ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡି କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଅଙ୍ଗନବାଡୀ ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଛି । ସେମାନଙ୍କ କାର୍ଯ୍ୟର ଗୁରୁତ୍ବ ତଥା ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ  […]

ଭୁବନେଶ୍ବର : ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡି କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଅଙ୍ଗନବାଡୀ ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଛି । ସେମାନଙ୍କ କାର୍ଯ୍ୟର ଗୁରୁତ୍ବ ତଥା ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସେବା ନିବୃତ ଅଙ୍ଗନବାଡି କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା

୧. ଅଙ୍ଗନବାଡି କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

୨. ମିନି ଅଙ୍ଗନବାଡି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ: କରୁର ଦଳାଚକଟା ମାମଲା: ଅଭିନେତା ତଥା TVK ମୁଖ୍ୟ ବିଜୟଙ୍କୁ ସିବିଆଇ ସମନ

୩. ଅଙ୍ଗନବାଡି ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହି ନୂତନ ପ୍ରୋତ୍ସାହନ ରାଶି ପିଚ୍ଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ବାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ବାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡି କର୍ମୀ ଉପକୃତ ହେବେ ।

ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓଅଙ୍ଗନବାଡି ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ବାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି (Paid Medical Leave) ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

08 Jan 2022 By The Sakala

ସେବା ନିବୃତ ହେଉଥିବା ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟକମାନଙ୍କ ପ୍ରୋତ୍ସାହନ ରାଶିରେ ବୃଦ୍ଧି

ଭୁବନେଶ୍ବର : ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡି କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଅଙ୍ଗନବାଡୀ ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଛି । ସେମାନଙ୍କ କାର୍ଯ୍ୟର ଗୁରୁତ୍ବ ତଥା ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସେବା ନିବୃତ ଅଙ୍ଗନବାଡି କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରିଛନ୍ତି ।

୧. ଅଙ୍ଗନବାଡି କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ।

୨. ମିନି ଅଙ୍ଗନବାଡି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

୩. ଅଙ୍ଗନବାଡି ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହି ନୂତନ ପ୍ରୋତ୍ସାହନ ରାଶି ପିଚ୍ଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ବାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ବାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡି କର୍ମୀ ଉପକୃତ ହେବେ ।

ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓଅଙ୍ଗନବାଡି ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ବାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି (Paid Medical Leave) ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର